ମୁଖ୍ୟ ଖବର କେନାଲରେ ଭାସିଗଲେ ମହିଳା Angul OnlineSeptember 18, 2024September 18, 2024 ଅନୁଗୁଳ – ଗାଧେଇବା ବେଳେ କେନାଲରେ ଭାସିଗଲେ ମହିଳା । ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବୁଢ଼ାପଙ୍କ ଗ୍ରାମ ପଞ୍ଚାୟତ ର କେନାଲ ରେ ଗାଧୋଇଲା ବେଳେ ଭାସି ଗଲେ ମହିଳା । ସ୍ଥାନୀୟ ଲୋକଙ୍କ ସୂଚନା ମୁତାବକ ମହିଳା ଜଣଙ୍କ ହେଲେ ବୁଢ଼ାପଙ୍କ ଗ୍ରାମର ଗଡ଼ସାହି ବାସିନ୍ଦା ଅଶୋକ ସାମଲ ଙ୍କ ୨୨ ବର୍ଷୀୟ ସ୍ତ୍ରୀ ପୂର୍ଣିମା ସାମଲ। ପରିବାର ର ୫ ଜଣ ସଦସ୍ୟ ସକାଳ ପ୍ରାୟ ୫.୩୦ ଗାଧୋଇବା ବେଳେ ସେ ଭାରସାମ୍ଯ ହରାଇ ପାଣି ସ୍ରୋତରେ ଭାସି ଯାଇଥିଲେ। ସମ୍ପର୍କୀୟ ମାନେ ନିଜ ଲୁଗା ପକାଇ ଉଦ୍ଧାର ପାଇଁ ଚେଷ୍ଟା କରିବା ବେଳେ ସଫଳ ହୋଇ ପାରିନଥିଲେ । ଗ୍ରାମବାସୀ ଦମକଳବାହିନୀକୁ ଖବର ଦେବା ପରେ ଦମକଳବାହିନୀ ଆସି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବାବେଳେ ବଅଁରପାଳ ପୋଲିସ, ତହସିଲଦାର, ଆର ଆଇ, ଓ ଜିଲ୍ଲା ଦମକଳବାହିନୀ ଅଧିକାରୀ ପହଞ୍ଚିଥିଲେ । ପ୍ରାୟ ୮ ଘଣ୍ଟା ଖୋଜାଖୋଜି ପରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଥିଲା । Advertisement
ଦୁର୍ଘଟଣାରେ ପୁଣି ଦୁଇ ମୃତ – ଗୋଟିଏ ଦିନରେ ଦୁର୍ଘଟଣା ନେଲା ୭ ଜୀବନ ଅନୁଗୁଳ – ଅନୁଗୁଳ ଜିଲ୍ଲା କଣିହାଁ ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ଏକ ଢ଼ାବା ନିକଟରେ ଗୋଟିଏ ଟ୍ରକ ( ଓଡି-୩୫-୦୪୩୪) ଓ ମୋଟରସାଇକେଲ …
ଟ୍ରେନରେ ଠିକା ଶ୍ରମିକଙ୍କ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଡେରା ଗାଁ ପାଖରେ ଥିବା ଅନନ୍ତ କୋଇଲା ଖଣିର ୫ ଓ ୬ ରେଲୱେ ସାଇଡିଂରେ ଟ୍ରେନରେ କଟି ଜଣେ…
ଓଡିଶାରେ ତିନୋଟି କୋଇଲା ଖଣି ପାଇଁ କେନ୍ଦ୍ର ମନ୍ତ୍ରଣାଳୟର ଚୁକ୍ତିନାମା ସ୍ୱାକ୍ଷର ଭୁବନେଶ୍ବର – କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ସୋମବାର ଓଡିଶାରେ ଅବସ୍ଥିତ ତିନୋଟି କୋଇଲା ଖଣି ପାଇଁ କୋଇଲା ଖଣି ବିକାଶ ଏବଂ ଉତ୍ପାଦନ ଚୁକ୍ତିନାମାକୁ ସଫଳତାର ସହ…