ମୁଖ୍ୟ ଖବର କାର ଧକ୍କାରେ ବର୍ଷିଆନ ସାହିତ୍ୟିକଙ୍କ ମୃତ୍ୟୁ Angul OnlineSeptember 29, 2021September 29, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ ଖମାର କଲେଜ ନିକଟରେ ଏକ କାର ଧକ୍କାରେ ସାଇକେଲରେ ଯାଉଥିବା ଜଣେ ବର୍ଷିଆନ ସାହିତ୍ୟିକଙ୍କ ମୃତ୍ୟୁ ହୋଇଛି । ନୂଆପଡା ଗାଁର ବର୍ଷିଆନ ସାହିତ୍ୟିକ ତ୍ରିଲୋଚନ ପ୍ରଧାନ ସାଇକଲ ଯୋଗେ ଆସନ୍ତା ଗାନ୍ଧୀ ଜୟନ୍ତୀ ଅବସରରେ ଏକ ସାହିତ୍ୟ ସମାବେଶ କରିବା ପାଇଁ କଲେଜ ଅଧ୍ୟକ୍ଷଙ୍କୁ ଭେଟିବାକୁ ଯାଉଥିଲେ । ତେବେ କଲେଜ ସମ୍ମୁଖ ରାସ୍ତାରେ ଏକ ଦ୍ରୁତଗାମୀ କାର ତାଙ୍କୁ ଧକ୍କା ଦେଇଥିଲା । ଗୁରୁତର ତ୍ରିଲୋଚନଙ୍କୁ ସଙ୍ଗେସଙ୍ଗେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଥିଲା । ତେବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ୭୫ ବର୍ଷୀୟ ସ୍ଵର୍ଗତ ପ୍ରଧାନ ଜଣେ ଅବସରପ୍ରାପ୍ତ ଶିକ୍ଷକ , ବର୍ଷିଆନ କବି ତଥା ସାହିତ୍ୟିକ ଭାବେ ସମଗ୍ର ଜିଲ୍ଲାରେ ବେଶ ପରିଚିତ ଥିଲେ । ତାଙ୍କର କାରଗିଲ ବୀର ପୁସ୍ତକକୁ ନେଇ ସେ ଚର୍ଚ୍ଚାରେ ଥିଲେ । ଜଗତଜ୍ଜନନୀ ସାହିତ୍ୟ ସଂସଦର ସେ ସଭାପତି ମଧ୍ୟ ଥିଲେ । ତାଙ୍କ ବିୟୋଗରେ ସାହିତ୍ୟ ଜଗତ ସମେତ ଖମାର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । Advertisement
ହାତୀ ଆକ୍ରମଣରେ ଯୁବକ ମୃତ ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣଙ୍କର ଜୀବନ ଯାଇଛି । ମୃତ ଯୁବକ ଜଣଙ୍କ ହେଲେ ପୁରୁଣାଗଡ଼ ବଡଦାଣ୍ଡସାହିର ଲିଟୁ ଖଟୁଆ ।…
ବାଲକୋନୀରୁ ପଡି ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ଅନୁଗୁଳ – ଅନୁଗୁଳ ପ୍ରଗତିନଗର ଠାରେ ଶନିବାର ସକାଳ ପ୍ରାୟ ସାଢେ଼ ଆଠଟା ସମୟରେ ଜଣେ ପରିବା ବ୍ୟବସାୟୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବା ବେଳେ ପରିବାର…
ନାବାଳିକା ଦୁଷ୍କର୍ମକାରୀ ବୃଦ୍ଧଙ୍କୁ ୫ ବର୍ଷ କାରାଦଣ୍ଡ ଅନୁଗୁଳ(ଅନୁଗୁଳ ଅନଲାଇନ୍) -୨୧/୦୯ – ଅନୁଗୁଳ ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ପକ୍ସୋ ସ୍ବତନ୍ତ୍ର ଅଦାଲତ ଗୁରୁବାର ଜଣେ ଜଣେ ୭୩ ବର୍ଷର ଦୁଷ୍କର୍ମକାରୀଙ୍କୁ ୫…