ମୁଖ୍ୟ ଖବର ସାପ କାମୁଡାରେ ଯୁବକ ମୃତ (ଭିଡିଓ) Angul OnlineSeptember 8, 2022September 8, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଇଣ୍ଡା ଅଞ୍ଚଳରେ ଆଜି ସାପ କାମୁଡାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମରୁତ ଯୁବ,କ ଜଣଙ୍କ ସେହି ଅଞ୍ଚଳର ୧୮ ବର୍ଷୀୟ ଲିପୁନ ସାହୁ ବୋଲି ଜଣା ପଡିଛି । ସୂଚନା ଅନୁସାରେ ବଇଣ୍ଡାର ଏକ ଗ୍ୟାରେଜ ରେ କାମ କରୁଥିବା ଲିପୁନ ଏବଂ ଅନ୍ୟ ୫ ଜଣ କାମ ସାରି ଖଟରେ ଶୋଇଥିଲେ । ତେବେ ରାତିରେ ଶୋଇଥିବା ବେଳେ ଏକ ଚିତି ସାପ ମଝିରେ ଶୋଇଥିବା ଲିପୁନଙ୍କୁ କାମୁଡି ଦେଇଥିଲା । ଶାପ କାମୁଡିବା ପରେ ଅନ୍ୟମାନେ ଲିପୁନଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ତେବେ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର ବେଳେ ଆଠଗଡ ନିକଟରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ସାପଟି ଲିପୁନକୁ କାମୁଡି ସାରିବା ପରେ ସେଇଠି ବୁଲୁଥିବାର ଏକ ଭିଡିଓ ଆମର ଅହସ୍ତଗୟତ ହୋଇଛି । ଦେଖନ୍ତୁ କିଭଳି ବୁଲୁଛି ସାପ । https://angulonline.com/odia/wp-content/uploads/2022/09/WhatsApp-Video-2022-09-08-at-18.41.01.mp4 Advertisement
ଦୁର୍ଘଟଣାରେ ଜଣେ ମୃତ – ବାପ-ପୁଅ ଆହତ ଅନୁଗୁଳ – ଅନୁଗୁଳ ଜିଲ୍ଲା ମାଣପୁର ଗ୍ରାମ ନିକଟରେ ଆଜି ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ବାପ ଓ ପୁଅ ଆହତ…
୨୦୨୩ ରୁ ମେଡିକାଲ କଲେଜରେ ହେବ ନାମ ଲେଖା ଅନୁଗୁଳ – ଆଗାମୀ ଏକାଡେମିକ ବର୍ଷରୁ ତାଳଚେର ମେଡିକାଲ କଲେଜ ପାଇଁ ନାମଲେଖା ଆରମ୍ଭ କରାଯିବ । ଆଜି ଓଡ଼ିଶା ସରକାରଙ୍କ ମୂଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ…
ବସ ଟ୍ୟାଙ୍କର ମୁହାଁ ମୁହିଁ ଧକ୍କା – ୨୫ ଆହତ ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଦେଇ ଯାଇଥିବା ଜାତୀୟ ରାଜପଥ ୧୪୯ର ବତିସୁଆଁ ଗ୍ରାମ ନିକଟରେ ଏକ ବସ ଓ ଟ୍ୟାଙ୍କର ମଧ୍ୟରେ ମୁହାଁ ମୁହିଁ…