ମୁଖ୍ୟ ଖବରସ୍ୱାସ୍ଥ୍ୟ ୧୦ ମାସ ପରେ ଜିଲ୍ଲାରେ ଜିରୋ କୋଭିଡ ଚିହ୍ନଟ Angul OnlineFebruary 4, 2021February 4, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ବିଗତ ୧୦ ମାସ ପରେ ଆଜି (ଗୁରୁବାର) କେହି କରୋନା ପଜିଟିଭ ଚିହ୍ନଟ ହୋଇନଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୁଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଅନ୍ୟ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ୨୩୪ ରେ ରହିଛି । ଆଜି ଅନୁଗୁଳ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣା ପଡିଛି । ଏହି ୪ ଜଣ ହୋମ ଆଇସୋଲେସନ ରେ ଥିବା ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ସମୁଦାୟ ୧୨୫୦୨ ଜଣ କାରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୧୨୧୬୩ ଜଣ ସୁସ୍ଥ ହୋଇ ସାରିଛନ୍ତି । ଏବେ ଆଉ ମାତ୍ର ୪୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ତେବେ ଜିଲ୍ଲାରୁ ୩୭ ଜଣ କାରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଜଣା ପଡିଛି । Advertisement
ଜଳବନ୍ଦୀ ଅଞ୍ଚଳରେ ଜିଲ୍ଲାପାଳ – ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବୁଝିଲେ ଅନୁଗୁଳ – ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ବନ୍ୟା ସ୍ଥିତିର ଅନୁଧ୍ୟାନ କରିବା ସହ ଲୋକଙ୍କ ଦୁର୍ଦ୍ଦଶା ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ବୁଝିଛନ୍ତି । ସେ…
ମେଡ଼ିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ୧୨ ଘଣ୍ଟିଆ ତାଳଚେର ବନ୍ଦ ହେବ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେରଠାରେ ନିର୍ମିତ ମହାନଦୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ ଆଣ୍ଡ ରିସର୍ଚ୍ଚ(ମିମ୍ସାର) କାର୍ଯ୍ୟକ୍ଷମ ନେଇ କୌଣସି ସ୍ପଷ୍ଟ ସୂଚନା ଦିଆ ଯାଉ…
ଆରଟିଓଙ୍କୁ ତିରିଶ ହଜାର ଟଙ୍କା ଜୋରିମନା ଅନୁଗୋଳ – ଗାଡି ଚାଳକ ତାଙ୍କ ଡ୍ରାଇଭିଙ୍ଗ ଲାଇସେନ୍ସକୁ ସ୍ମାର୍ଟକାର୍ଡରେ କରିବାକୁ ଯାଇଥିବା ବେଳେ ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଏହାର ଅବଧି ସରି ଯାଇଥିବା କହିବା…