ହାତୀ ଆକ୍ରମଣରେ ବୃଦ୍ଧ ମୃତ

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ଅନୁଗୋଳ – ଅନୁଗୋଳ ଜିଲ୍ଲା ବ୍ଲକ ବନ୍ତଳା ବନାଞ୍ଚଳରେ ପୁଣି ହାତୀ ଆକ୍ରମଣରେ ଆଜି ସକାଳୁ ଜଣେ ବୃଦ୍ଧଙ୍କ ଜୀବନ ଯାଇଛି। ବୃଦ୍ଧ ଜଣଙ୍କ ଶୌଚ ହେବାକୁ ନିକଟସ୍ଥ ପଡ଼ିଆକୁ ଯାଇଥିଲା ବେଳେ ହାତୀ ଆକ୍ରମଣରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ସୂଚନା ଅନୁଯାୟୀ ଅନୁଗୋଳ ବ୍ଲକ ବସଲା ପଞ୍ଚାୟତର ସୁନାଭୁଇଁ ସାହିର ୬୨ ବର୍ଷୀୟ ଦିବାକର ସାହୁ ଆଜି ସକାଳୁ ଘର ନିକଟରେ ଥିବା ପଡ଼ିଆକୁ ଶୌଚ ହେବାକୁ ଯାଇଥିଲେ । ଶୌଚ ହୋଇସାରି ଫେରୁଥିବା ବେଳେ ସେ ହାତୀପଲଙ୍କ ହାବୁଡ଼ରେ ପଡି ଯାଇଥିଲେ । ଫଳରେ ହାତୀ ଆକ୍ରମଣ ଯୋଗୁଁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ବନ୍ତଳା ବନାଞ୍ଚଳର ବନ କର୍ମଚାରୀ ଓ ପୁଲିସ ସେଠାରେ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

 

What’s your Reaction?
+1
0
+1
0
+1
0
+1
0
+1
1
+1
1
+1
0

Leave a Reply