ଅପରାଧ ହାତୀଦାନ୍ତ ସହ ଜଣେ ଗିରଫ Angul OnlineJune 2, 2022June 2, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ବନାଞ୍ଚଳ କନ୍ଧକୋଇଲି ଗାଁରେ ଆଜି ଏସଟିଏଫ ଓ ବନ ବିଭାଗ ଚାଢାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିଥିବା ବେଳେ ଦୁର୍ଯୋଧନ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ଦୁର୍ଯୋଧନ ହାତୀ ଦାନ୍ତ ନିଜ ଘରେ ରଖିଥିବା ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ ଚଢାଉ କରିଥିଲା । ଘର ଜାଞ୍ଚ ବେଳେ ଘରୁ ଦୁଇଟି ହାତୀ ଦାନ୍ତ ଜବତ କରା ଯାଇଥିଲା । ପ୍ରତ୍ୟେକ ହାତୀ ଦାନ୍ତର ଓଜନ ପ୍ରାୟ ଦୁଇ କେଜି ଲେଖାଏଁ ଥିବା ଜଣା ପଡିଛି । ଏସଟିଏଫ ଦୁର୍ଯୋଧନକୁ ହାତୀ ଦାନ୍ତ ରଖିଥିବା ଅଭିଯୋଗରେ ଗିରଫ କରି ବନ ବିଭାଗକୁ ହସ୍ତାନ୍ତର କରିଛି । ଆଜି ତାଙ୍କୁ କୋର୍ଟ ଚାଲାଣ କରା ଯାଇଛି । Advertisement
ଲୁହାରଡରେ ପିଟି ପିଟି ଯୁବକଙ୍କୁ ହତ୍ୟା ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ପୁରୁଣାଗଡ କରମଙ୍ଗାସାହିରେ ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ସାମାନ୍ୟ ବଚସାରୁ ଲୁହାରଡରେ ପିଟି ପିଟି…
ଭାଇକୁ ମାରିବା ପାଇଁ ଭାଇ ଦେଇଥିଲା ୫ ଲକ୍ଷ ଟଙ୍କାର ସୁପାରି ଅନୁଗୁଳ – ଭାଇକୁ ହତ୍ୟା କରିବା ପାଇଁ ଭାଇ ଦେଇଥିଲା ୫ ଲକ୍ଷ ଟଙ୍କାର ସୁପାରି । ହେଲେ ରଖେ ହଋ ତ ମାରେ କିଏ ?…
ବାଲ୍ୟ ବିବାହକରି ଯୁବକ ଗିରଫ ଅନୁଗୋଳ – ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ପ୍ରେମ ବିବାହ କରିବା ଅଭିଯୋଗରେ ବୁଧବାର ପୁଲିସ ଗିରଫ କରିଛି । ସୂଚନା ଅନୁସାରେ…