ମୁଖ୍ୟ ଖବର ସଡକ ଦୁର୍ଘଟଣାରେ ଜଣେ ମୃତ Angul OnlineMarch 24, 2021March 24, 2021 ଅନୁଗୁଳ – ଅନୁଗୁଳ ପିଟିସି ଛକ ନିକଟରେ ବୁଧବାର ଭୋର ସମୟରେ ଏକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ବଳରାମ ପ୍ରସାଦର ଦିଲ୍ଲୀପ ମହାଳିକ ବୋଲି ଜଣା ପଡିଛି । ସୂଚନା ଅନୁସାରେ ମୃତ ଦିଲ୍ଲୀପ , ଅନୁଗୁଳ ହେମସୁରପଡ଼ାରେ ଗାଡି ଡ୍ରାଇଭର ଭାବେ କାମ କରନ୍ତି । ଆଜି ଭୋର ସମୟରେ ସେ ତାଙ୍କ ମୋଟରସାଇକେଲ (ଓଡ଼ି-୧୯- କିୟୁ-୬୬୫୬)ରେ ବଳରାମ ପ୍ରସାଦରୁ ଅନୁଗୁଳକୁ ଆସୁଥିବା ବେଳେ ସମୁଖରୁ ଆସୁଥିବା ଏକ ଏକ ଟ୍ରାଭେରା (ଓଡ଼ି-୦୨ –ଭି- ୩୬୪୩) ଗାଡି ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ସ୍ଥଳରେ ଦିଲ୍ଲୀପ ଗୁରୁତର ହୋଇ ପଡ଼ିଥିବାବେଳେ ପୁଲିସ ଖବର ପାଇ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା । ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ଘଟଣାରେ ଏକ ମାମଲା ରୁଜୁ କରି ତଦନ୍ତ କରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି । ଅନ୍ୟପଟେ ଗାଡ଼ି ଡ୍ରାଇଭର ଫେରାର ହୋଇ ଯାଇଥିବା ଜଣା ପଡିଛି । Advertisement
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମହିଳାଙ୍କ ଆତ୍ମହୁତି ଉଦ୍ୟମ – ଦେଢଶୁର ଜମି ଛଡାଇ ନେଇଥିବା ଅଭିଯୋଗ ଅନୁଗୁଳ – ଆଜି (୨୫ ତାରିଖ) ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ବିଧବା ମହିଳା ଆତ୍ମହୁତି ଉଦ୍ୟମ କରିଛନ୍ତି । କିରୋସିନ ଢାଳି ନିଜ ଦେହରେ…
ନକଲି ମଦ କାରଖାନା ଠାବ ଅନୁଗୁଳ – ଅନୁଗୁଳ ଅବକାରୀ ବିଭାଗକୁ ମିଳିଛି ଏକ ବଡ ସଫଳତା । ଜିଲ୍ଲା ସଦର ମହକୁମା ଉପକଣ୍ଠ ରେ ଚାଲିଥିବା ଏକ ନକଲି ମଦ ଫ୍ୟାକ୍ଟେରି…
ପୁଅକୁ କ୍ୟାନସର – ଟଙ୍କା ମାଗିବାରୁ ଚାକିରିରୁ ତଡିଦେଲା ମାଲିକ ଅନୁଗୁଳ – ଜୀବନ ସହ ସଂଗ୍ରାମ କରୁଛି ଓମ । ମାତ୍ର ତେର ବର୍ଷ ବୟସ । ହେଲେ ନିଷ୍ଠୁର ଭଗବାନ ଦେଇଛି ବଡ ରୋଗ ।…