ମୁଖ୍ୟ ଖବର ଦୁର୍ଘଟଣାରେ ଜଣେ ମୃତ , ଦୁଇ ଗୁରୁତର Angul OnlineNovember 14, 2022November 14, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ମଧୁପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ଜଗନ୍ନାଥପୁର ଅଞ୍ଚଳରୁ ତିନି ଜଣ ଯୁବକ ମୋଟରସାଇକେଲରେ ଅନୁଗୁଳ ଆଡକୁ ଆସୁଥଲେ । ତେବେ ମଧୁପୁର ନିକଟରେ ଏକ ଟ୍ରକ ଛିଡା ହୋଇଥିବା ବେଳେ ଚାଳକ ନ ଜାଣି ପାରିବାରୁ ସେଥିରେ ବାଡେଇ ହୋଇ ଯାଇଥିଲେ । ଫଳରେ ଘଟଣା ସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇ ପଡ଼ିଥିଲେ । ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଖବର ପାଇ ବନ୍ତଳା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ତାଳଚେର ଟ୍ରକ ମାଲିକ ସଙ୍ଘ ପକ୍ଷରୁ ଧର୍ମଘଟ ଡାକରା ତାଳଚେର – ତାଳଚେର ଟ୍ରକ ମାଲିକ ସଙ୍ଘ ପକ୍ଷରୁ ଧର୍ମଘଟ ଡାକରା । ବିଭିନ୍ନ ଦାବିନେଇ ଆସନ୍ତା ୧୦ ତାରିଖ ଠାରୁ ସମସ୍ତ କୋଇଲା ଖଣିରୁ ଟ୍ରକ…
ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ – ଦୁଇ ଆହତ ତାଳଚେର – ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ । ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଅନ୍ୟ ଗୋଷ୍ଠୀର ଦୁଇଜଣ…
ବଜ୍ରପାତରେ ଆଇ ଟି ଆଇ ଛାତ୍ର ମୃତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ବଡକେରଜାଙ୍ଗ କଦମ୍ବପଡା ଗ୍ରାମର ଜଣେ ଆଇ ଟି ଆଇ ଛାତ୍ର ଦୁଷ୍ମନ୍ତ ସାହୁଙ୍କ ମଙ୍ଗଳବାର ଅପରାହ୍ନ…