ମୁଖ୍ୟ ଖବର ଅଜଣା ଗାଡି ଧକ୍କାରେ ଜଣେ ମୃତ Angul OnlineOctober 25, 2021October 25, 2021 ଛେଣ୍ତିପଦା – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ଅନ୍ତର୍ଗତ କୁକୁରପେଟା ଧୁବାମଳିହା ଜଙ୍ଗଲ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ସାଇକଲ ଆରୋହିଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ କୁକୁରପେଟା ଗ୍ରାମର ବିଦ ପ୍ରଧାନ । ସେ ଆଜି ଅପରାହ୍ନ ୩ ଟା ସମୟରେ ନିଜଘର କୁକୁରପେଟାରୁ ଏକ ସାଇକେଲରେ ୨୦ ମାଇଲ ଛକକୁ ଆସୁଥିବା ବେଳେ ପଛରୁ କୌଣସି ଅଜଣା ଗାଡି ଧକ୍କା ଦେଇ ଫେରାର ହୋଇ ଯାଇଥିଲା । ଫଳରେ ବିଦ ପ୍ରଧାନଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଥିଲା । ପରିବାର ଲୋକେ ପହଞ୍ଚି ବିଦଙ୍କ ମୃ୍ତ୍ୟୁ ହୋଇଥିବା ଦେଖି ଛେଣ୍ତିପଦା ପୁଲିସକୁ ସୂଚନା ଦେଇଥିଲେ । ଛେଣ୍ତିପଦା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି । Advertisement
ଅନୁଗୁଳ ଆସିବେ ଗୌତମ ଗାମ୍ଭୀର ଅନୁଗୁଳ – ଅନୁଗୁଳ ଆସିବେ ଗୌତମ ଗାମ୍ଭୀର । ଆସନ୍ତା ୨୫ ତାରିଖ ସେ ଅନୁଗୁଳ ଆସି ସ୍ଥାନୀୟ କଦମ ପଡ଼ିଆରେ ଅନୁଗୁଳ କ୍ରିକେଟ ସଂଘ (…
ଥାନା ଘେରିଲେ ଶତାଧିକ ମହିଳା ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଓଡିଶା ଜିବୀକା ମିଶନରେ କାମ କରୁଥିବା ଶତାଧିକ ମହିଳା ବିପିଏମ୍ , ଜିବୀକା ସଂଯୋଜକ ଏବଂ ଏମବିକେଙ୍କୁ ଆକ୍ରମଣ…
କାରକୁ ଧକ୍କା ଦେଲା କାର , ଦୁର୍ଘଟଣାରେ ମା-ଝିଅ ମୃତ ଅନୁଗୁଳ – ଅନୁଗୁଳ ରୁ ଆଠଗଡ ଯାଇଥିବା ମୁଖ୍ୟ ରାସ୍ତାର ଖଣ୍ଡହତା ନିକଟରେ ଏକ ମର୍ମଦୁନ୍ତ ସଡ଼କ ଦୁର୍ଘଟଣାରେ ମା ଓ ଝିଅଙ୍କ ମୁତ୍ଯୁ ହୋଇଛି ।…