ଆଞ୍ଚଳିକ ଟ୍ରକ ଧକ୍କାରେ ଜଣେ ମୃତ Angul OnlineJanuary 17, 2022January 17, 2022 ତାଳଚେର – ଅନୁଗୁଳ ଜିଲ୍ଲା ଏନଟିପିସି ଗୋଡ଼ିବନ୍ଧ ରାସ୍ତା ହରିହରପୁର ଛକ ନିକଟରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛି । ମୋଟରସାଇକେଳରେ ଦୁଇ ଜଣ ଯାଉଥିବା ବେଳେ ଏକ ଦ୍ରୁତଗାମୀ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଛି । ମୃତକ ଜଣଙ୍କ ପର୍ଜଙ୍ଗ ଥାନା ଅନ୍ତର୍ଗତ କାଦୂପଡ଼ା ଗ୍ରାମର ପ୍ରତାପ ବେହେରା ବୋଲି ଜଣା ପଡିଥିବା ବେଳେ ଆହତଙ୍କ ପରିଚୟ ମିଳି ପାରି ନାହିଁ । Advertisement
ସାତକୋଶିଆରେ ଘଡ଼ିଆଳର ମୃତ୍ୟୁ ଅନୁଗୋଳ – ଅନୁଗୋଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରେ ବିଲୁପ୍ତ ପ୍ରାୟ ଘଡ଼ିଆଳ ପ୍ରଜାତିର କୁମ୍ଭୀରର ସାତକୋଶିଆ ମହାନଦୀ ଗଣ୍ଡରେ ମୃତ୍ୟୁ ହୋଇଛି । ଗତକାଲି ସନ୍ଧ୍ୟାରେ…
ଓଡିଶାରେ ନୂଆ ୧୦ଟି ମେଡିକାଲ କଲେଜ ନିର୍ମାଣ ହେବ – କେନ୍ଦ୍ରମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ ବେଳେ ସୂଚନା ଅନୁଗୁଳ – କେନ୍ଦ୍ର ଶିକ୍ଷା, ଦକ୍ଷତାବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଅନୁଗୁଳ ଗସ୍ତରେ ଆସିଛନ୍ତି । ଅପରାହ୍ନରେ ସେ ଅନୁଗୁଳ ପହଞ୍ଚି…
ରାଜ୍ୟସ୍ତରୀୟ ଦୁର୍ଘଟଣା ଅନୁସନ୍ଧାନର ତାଲିମ ଶିବିର ଅନୁଷ୍ଠିତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ମଙ୍ଗଳମ ଠାରେ ରାଜ୍ୟସ୍ତରୀୟ ଦୁର୍ଘଟଣା ଅନୁସନ୍ଧାନର ଦୁଇ ଦିନିଆ ତାଲିମ ଶିବିର ପୁଲିସ ଏବଂ ପରିବହନ ବିଭାଗର ମିଳିତ ଆନୁକୂଲ୍ୟରେ…