ଆଞ୍ଚଳିକ ରାସ୍ତା ନିର୍ମାଣ ଦାବିରେ ବିକ୍ଷୋଭ Angul OnlineAugust 18, 2021August 18, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ବାଲିପଟା ପଞ୍ଚାୟତର ବାଲିପଟା-ଚନ୍ଦ୍ରପୁର ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି । ଲୋକ ଯିବା ଆସିବା କରିବାରେ ନାହିଁ ନଥିବା ଅସୁବିଧା ଭୋଗ କରୁଛନ୍ତି । ଏଥିପାଇଁ ତୁରନ୍ତ ପକ୍କା ରାସ୍ତା ନିର୍ମାଣ କରିବା ଦାବିରେ ଆଜି(ବୁଧବାର) ଛେଣ୍ଡିପଦା ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି । ଏଥିସହ ଯୁଦ୍ଧକାଳୀନ ଭିତ୍ତିରେ ସମ୍ଭାବ୍ୟ ମରୁଡ଼ିର ମୁକାବିଲା ପାଇଁ ପଦକ୍ଷେପ ନେବାକୁ ଦାବି କରି ଏସୟୁସିଆଇ(କମ୍ୟୁନିଷ୍ଟ)ର ମିଳିତ ସହଯୋଗରେ ଶତାଧିକ ମହିଳା ଓ ପୁରୁଷ ସ୍ଥାନୀୟ ବଙ୍ଗଳାଠାରୁ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରିବା ସହ ବ୍ଲକ୍ ଅଫିସ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏସୟୁସିଆଇ(କମ୍ୟୁନିଷ୍ଟ) ଛେଣ୍ଡିପଦା ଆଞ୍ଚଳିକ କମିଟି ସମ୍ପାଦକଙ୍କ ପରିଚାଳନାରେ ଅନୁଷ୍ଠିତ ବିକ୍ଷୋଭ ସଭାରେ ଗ୍ରାମ କମିଟିର କିଶୋରୀ ପ୍ରଧାନ, ବୀରବର ମାଝୀଙ୍କ ସମେତ ଯୁବ ନେତା ମାନସ ପାଳ ପ୍ରମୁଖ ବକ୍ତବ୍ୟ ମାଧ୍ୟମରେ ସରକାରଙ୍କ ପ୍ରଚାର ସର୍ବସ୍ୱ ଯୋଜନାକୁ ସମାଲୋଚନା କରିବା ସହିତ ରାସ୍ତା ନିର୍ମାଣ ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଥିଲେ । ଗ୍ରାମରେ ଥିବା ଏକମାତ୍ର ବିଦ୍ୟାଳୟକୁ ମଧ୍ୟ ବନ୍ଦ କରାଯାଇଥିବା ଯୋଗୁଁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଯାଇଛି । ବାରମ୍ବାର ଶିକ୍ଷା ବିଭାଗକୁ ଜଣାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କୌଣସି ସୁଫଳ ମିଳିନାହିଁ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି । ଏଥିପାଇଁ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯିବା ସହ ଯଥାଶୀଘ୍ର ଦାବି ପୂରଣ କରିବାକୁ ଅନୁରୋଧ କରାଯାଇଛି । Advertisement
ରାଷ୍ଟ୍ରୀୟ ନବବର୍ଷ ପାଳିତ ଅନୁଗୁଳ – ରାଷ୍ଟ୍ରୀୟ ନବବର୍ଷ ପାଳନ ସମିତି ଅଆନୁକୂଲ୍ୟରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ବେଦଭବନଠାରେ ରାଷ୍ଟ୍ରୀୟ ନବବର୍ଷ ପାଳିତ ହୋଇଯାଇଛି । ଗୋବର୍ଦ୍ଧନ ମଠ ପୂରୀ ସନାତନ…
କେନାଲରୁ ନାବାଳକର ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ସହର ଅମଲାପଡା ଦେଇ ଯାଇଥିବା କେନାଲରୁ ଆଜି ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରା ଯାଇଛି । ମୃତ ନାବାଳକ ଜଣଙ୍କ ପଶ୍ଚିମବଙ୍ଗ…
ମାଛ ଜାଲରେ ଫସିଲା ଅଜଗର ସାପ – ଉଦ୍ଧାର କଲେ ସର୍ପମିତ୍ର ଅନୁଗୁଳ – ମାଛ ଜାଲରେ ଲାଗିଲା ଅଜଗର ସାପ । ଦୀର୍ଘ ସମୟ ଚେଷ୍ଟା ପରେ ଜାଲ କାଟି ଉଦ୍ଧାର କଲେ ସର୍ପମିତ୍ର ଆଦିତ୍ୟ ବେହେରା ।…