ରାଜନୀତି ସନ୍ତୋଷ ହେଲେ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ନିର୍ଦେଶକ Angul OnlineNovember 19, 2022November 19, 2022 ଅନୁଗୁଳ – ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ଆଜି ଅବିଭକ୍ତ ଅନୁଗୁଳ-ଢେଙ୍କାନାଳ ଜିଲ୍ଲାର ଅନୁଗୁଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ନିର୍ଦେଶକ ପଦବୀ ପାଇଁ ଅନୁଷ୍ଠିତ ନିର୍ବାଚନରେ ସନ୍ତୋଷ କୁମାର ପ୍ରଧାନ ନିର୍ବାଚିତ ହୋଇଛନ୍ତି । ଏହି ପଦବୀ ପାଇଁ ତାଳଚେର ସନ୍ତୋଷ କୁମାର ପ୍ରଧାନ ଓ ଢେଙ୍କାନାଳର ପ୍ରତାପ ଚନ୍ଦ୍ର ମଲ୍ଲିକ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଉଭୟ ବିଜୁ ଜନତା ଦଳ ସମର୍ଥିତ ହୋଇଥିବା ବେଳେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ବନ୍ଦ ଲଫାପାରେ ସନ୍ତୋଷ ପ୍ରଧାନଙ୍କ ନାମ ସୁପାରିଶ କରିଥିଲେ । ଏହା ସତ୍ୱେ ପ୍ରତାପ ଚନ୍ଦ୍ର ମଲ୍ଲିକ ନାମାଙ୍କନ କରିବା ଯୋଗୁଁ ସାମାନ୍ୟ ଦ୍ଵନ୍ଦ ସୃଷ୍ଟି ହୋଇଥିଲା । ତେବେ ଦଳର ନିର୍ଦେଶକୁ ମାନିବା ପାଇଁ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ରୁଦ୍ଧଦ୍ୱାର ବୈଠକ ବସିବା ସହ ଶେଷରେ ସନ୍ତୋଷ ପ୍ରଧାନଙ୍କୁ ଭୋଟ ଦେବାକୁ ନିଷ୍ପତ୍ତି ନିଆ ଯାଇଥିଲା । ଏହି ନିଷ୍ପତ୍ତି ଅନୁସାରେ ଆଜି ଅନୁଷ୍ଠିତ ନିର୍ବାଚନରେ ସମସ୍ତ ୧୫ ଟି ଭୋଟ ସନ୍ତୋଷ ପ୍ରଧାନଙ୍କ ସପକ୍ଷରେ ଯାଇଥିଲା । ଏପରିକି ପ୍ରତିଦ୍ବନ୍ଦୀ ପ୍ରତାପ ମଲ୍ଲିକ ମଧ୍ୟ ନିଜ ଭୋଟ ଖଣ୍ଡିକ ସନ୍ତୋଷ ପ୍ରଧାନଙ୍କୁ ଦେଇଥିଲେ । ଅପରାହ୍ନ ୨ ଟା ରେ ଫଳାଫଳ ଘୋଷଣା ପରେ ବିଜେଡି କର୍ମୀମାନେ ବାଣ ଫୁଟାଇ ଖୁସି ମନାଇଥିଲେ । Advertisement
ବିଜେଡିରେ ବିଧିବିଧ ଭାବେ ସାମିଲ ହେଲେ ଡାକ୍ତର ପ୍ରତାପ ପାଣି ଅନୁଗୁଳ – (ଅନୁଗୁଳ ଅନଲାଇନ୍) – ଆଜି ଭୁବନେଶ୍ୱର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଏହି ମିଶ୍ରଣ ପର୍ବରେ ବିଜେଡିରେ ସାମିଲ…
ଜାଣନ୍ତୁ ମୋହନ ମାଝୀଙ୍କ ରାଜନୈତିକ ଯାତ୍ରା ଭୁବନେଶ୍ଵର-ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ…
ପୁଣି ଜଣେ ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ତା ପ୍ରସ୍ତାବ ଛେଣ୍ଡିପଦା – ଅନୁଗୁଳ ଜିଲା ଛେଣ୍ଡିପଦା ବ୍ଳକ ଅନ୍ତର୍ଗତ କୁଶକିଳା ଗ୍ରାମ ପଞ୍ଚାୟତରେ ବିଭିନ୍ନ ଦୁର୍ନୀତି ଓ ସରପଞ୍ଚଙ୍କ ମନମୁଖି କାର୍ଯ୍ୟକୁ ନେଇ ଶୁକ୍ରବାର ଅନୁଗୁଳ ଉପଜିଲ୍ଲାପାଳଙ୍କ…