ମୁଖ୍ୟ ଖବର ଗଛରେ ପିଟିହେଲା ସ୍କୁଟି – ଚାଳକ ମୃତ Angul OnlineFebruary 28, 2021February 28, 2021 ଛେଣ୍ଡିପଦା – ଅନୁଗୁଳ ଜିଲା ଛେଣ୍ଡିପଦା ଥାନା ଗଡମଣ୍ଡଳରୁ ପାତ୍ରପଡା ଯାଇଥିବା ପୂର୍ତ୍ତବିଭାଗ ରାସ୍ତା ପାର୍ଶ୍ବ ଗଛରେ ଏକ ସ୍କୁଟି ପିଟି ହୋଇଯିବା ଫଳରେ ଚାଳକଙ୍କର ମୃତ୍ୟ ହୋଇଛି । ମୃତକ ଜଣକ ହେଲେ ପାତ୍ରପଡା ତାଳମଣ୍ଡଳି ସାହିର ପ୍ରସନ୍ନ ସାହୁ ବୋଲି ଜଣାପଡିଛି । ସୂଚନା ଅନୁସାରେ ପ୍ରସନ୍ନ ତାଙ୍କ ନିଜ ସ୍କୁଟିରେ ପାତ୍ରପଡାରୁ ଗଡମଣ୍ଡଳ ଆସୁଥିବା ବେଳେ ଗଡମଣ୍ଡଳ ଛକ ନିକଟରେ ଭାରସାମ୍ୟ ହରାଇ ଗଛରେ ବାଡେଇ ହୋଇଯାଇଥିଲେ । ଫଳରେ ସେ ଗୁରୁତର ହୋଇ ରକ୍ତାକ୍ତ ଅବସ୍ଥାରେ ରାସ୍ତା ପାର୍ଶ୍ବରେ ପଡିରହିଥିଲେ । ସେହି ରାସ୍ତା ଦେଇ ଯାଉଥିବା ଲୋକମାନେ ଗୁରୁତର ପ୍ରସନ୍ନକୁ ୧୦୮ ଆମ୍ବୁଲାନସରେ ଚିକିତ୍ସା ନିମନ୍ତେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ଛେଣ୍ଡିପଦା ପୂଲିସ ପହଞ୍ଚି ମୃତଦେହ ଓ ଦୁର୍ଘଟଣାଗ୍ରସ୍ତ ସ୍କୁଟିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି । Advertisement
ଟ୍ରାଏଲ ରନ ବେଳେ ଫାଟିଲା ପାଉଁଶ ପାଇପ – ଭାସିଗଲା ଆସବାବପତ୍ର ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଏକଡାଳ ଗାଁ ନିକଟରେ ଏନଟିପିସିର ପାଉଁଶ ପାଣି ପାଇପ ଫାଟିବା ଫଳରେ ଏକ କୁତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି…
ସରିଲା ତାଳଚେରର ଗଣପର୍ବ ଗଣେଷ ପୂଜା – ୮ଲକ୍ଷ ୭୦ ହଜାରରେ ଲଡୁ ନିଲାମ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରୁ ଆଜି(ଶନିବାର) ବିଦାୟ ନେଇଛନ୍ତି ପ୍ରଭୁ ଗଜାନନ । ଦୀର୍ଘ ୧୦ ଦିନ ଧରି ବିଭିନ୍ନ ପୂଜା ମଣ୍ଡପରେ ପୂଜା ପାଇବା…
ବଦଳିଲେ ଜିଲ୍ଲା ଶିକ୍ଷା ଅଧିକାରୀ ଅନୁଗୁଳ – ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀଙ୍କ ବଦଳି ହୋଇଛି । ନିରଞ୍ଜନ ସାହୁଙ୍କର ପୁଣି ଥରେ ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ଭାବେ ଅନୁଗୁଳ ଜିଲ୍ଲାକୁ ବଦଳି ହୋଇଛି…