ଆଞ୍ଚଳିକ ଜଙ୍ଗଲରେ ପଡିଛି ନିଶାଗ୍ରସ୍ତ ହାତୀ ! Angul OnlineJune 9, 2022June 9, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟ ଭିତରେ ପଡି ରହିଛି ଅସୁସ୍ଥ ହାତୀ । ଅଭୟାରଣ୍ୟର ବଦଜୁକୁବୁ ଜଙ୍ଗଲରେ ଏହି ହାତୀଟି ଦୁଇ ଦିନ ହେଲା ପଡି ରହିଛି । ଗୋଡ଼ ଶୁଣ୍ଢ ହଲାଉ ଥିବା ବେଳେ ପଡି ରହିଥିବାରୁ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ହାତୀର ସ୍ୱାସ୍ଥ୍ୟ ଅବସ୍ଥା ପରଖି ଦେଖିଛି । ହାତୀ ଦେହରେ କୌଣସି କ୍ଷତ ନଥିବା ବେଳେ କେଉଁଠାରୁ ମହୁଲ ପୋଚ ଖାଇ ଦେଇଥିବା ସନ୍ଦେହ କରୁଛି ବନ ବିଭାଗ । ପୋଚ ଖାଇ ନିଶାଗ୍ରସ୍ତ ହୋଇ ପଡି ରହିଥିବା ଅନୁମାନ କରା ଯାଉଛି । ହାତୀ ନିକଟରେ ବନ ବିଭାଗ ଓ ପଶୁ ଚିକିତ୍ସକ ରହି ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ନଜର ରଖିଛନ୍ତି । Advertisement
ସହର ଟ୍ରାଫିକ ସମସ୍ୟା ଦୁର କରିବା ପାଇଁ ରିଂ ରୋଡ଼ ଅନୁଗୋଳ – ଅନୁଗୋଳ ପାଇଁ ରିଂ ରୋଡ଼ ପରିକଳ୍ପନା କରା ଯାଇଛି । ସହର ମଧ୍ୟରେ ଅନେକ ସମୟରେ ଟ୍ରାଫିକ୍ ସମସ୍ୟା ହେଉଥିବା ଦୃଷ୍ଟିରେ ରଖି ଜିଲ୍ଲା…
ଓକିଲ ସଙ୍ଘ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଅନୁଗୁଳ – ଅନୁଗୁଳ ଓକିଲ ସଙ୍ଘର ନିର୍ବାଚନ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବ । ସଙ୍ଘର ୩୬୯ ଜଣ ସଦସ୍ୟ ଏହି ନିର୍ବାଚନରେ ମତଦାନ କରିବେ…
ମା’ବାୟାଣୀ ଯାତ୍ରା ସମ୍ପନ୍ନ – ଦୁଇ ବର୍ଷ ପରେ ଯାତ୍ରାରେ ଜନ ସମାଗମ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ପାତ୍ରପଡା ଗ୍ରାମର ମା’ବାୟାଣୀଙ୍କ ବାର୍ଷିକ ପୂଜା ଓ ଯାତ୍ରା ବହୁ ଜନସମାଗମରେ ଶୃଙ୍ଖଳାର ସହ ରବିବାର ଗ୍ରାମବାସୀଙ୍କ…