ମୁଖ୍ୟ ଖବର ଅଂଶୁଘାତରେ ମୃତ୍ୟୁ ସନ୍ଦେହ Angul OnlineJune 7, 2023June 7, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ମହିଧରପୁର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ ବ୍ୟକ୍ତି ଜଣକ ହେଲେ କୁମୁରିସିଂହା , ବଡ଼ବାହାଳ ଅଞ୍ଚଳର ୪୨ ବର୍ଷୀୟ ପ୍ରଦ୍ୟୁମ୍ନ ସ୍ୱାଇଁ । ସୂଚନା ଅନୁସାରେ ପ୍ରଦ୍ୟୁମ୍ନ ମହିଧରପୁରରେ ରହୁଥିବା ତାଙ୍କ ଝିଆରୀ ଘରକୁ ଯାଇଥିଲେ । ସେଠାରୁ ସେ ଘରକୁ ଆସିବା ପାଇଁ ମହିଧରପୁର ଛକ ନିକଟରେ ସକାଳ ୯ ଟା ବେଳେ ବସକୁ ଅପେକ୍ଷା କରିଥିଲେ । ତେବେ ଆଜି ଜିଲ୍ଲାରେ ତାପମାତ୍ରା ଅଧିକ ଥିବା ବେଳେ ଖରାର ପ୍ରକୋପ ସହି ନ ପାରି ସେ ସେଠାରେ ଚେତାଶୂନ୍ୟ ହୋଇ ପଡି ଯାଇଥିଲେ । ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ତାଙ୍କ ମୃତ୍ୟୁ ଅଂଶୁଘାତ ଜନିତ ବୋଲି ପରିବାର ଲୋକ ଅଭିଯୋଗ କରିଥିବା ବେଳେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣା ପଡିବ ବୋଲି ଚିକିତ୍ସାଳୟ ପକ୍ଷରୁ ସୂଚନା ମିଳିଛି । Advertisement
ଟୀକା ପାଇଁ ମୃତ୍ୟୁ ଅଭିଯୋଗ କରି ଡାକ୍ତରଖାନାରେ ପ୍ରତିବାଦ ନାଲକୋନଗର – ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅନ୍ତର୍ଗତ ନାଲକୋ ଡାକ୍ତରଖାନାରେ ଆଜି ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ମୃତଦେହ ରଖି ପରିବାର ଲୋକ ପ୍ରତିବାଦ କରିଥିଲେ…
କୁକୁଡା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ – ବିପୁଳ ପରିମାଣର ମଦ ଜବତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରାସିଂହା ଗ୍ରାମରେ ଆଜି ସନ୍ଧ୍ୟାରେ ଅନୁଗୁଳ ସ୍ପେସିଆଲ ସ୍କ୍ୱାର୍ଡ ପୁଲିସ ଚଢାଉ କରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ…
ଦୁର୍ଘଟଣାରେ ଚାଲିଗଲା ସ୍ଵାମୀ-ସ୍ତ୍ରୀଙ୍କ ଜୀବନ – ଅଳ୍ପକେ ବର୍ତ୍ତିଲେ ଦୁଇ ଝିଅ ଅନୁଗୁଳ – ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ । ଅଳ୍ପକେ ବର୍ତ୍ତିଗଲେ ଦୁଇଝିଅ । ମୋଟରସାଇକେଲକୁ ପଛପଟୁ ଏକ ଆମ୍ବୁଲାନ୍ସ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ମୋଟରସାଇକେଲ…