ଖେଳ ଓ ଖେଳାଳି ଜିଲ୍ଲାରେ ହେବ ଦୁଇ ଇନଡୋର ଷ୍ଟାଡିୟମ – ଧନ୍ୟବାଦ ଦେଲେ ବ୍ରଜ Angul OnlineAugust 11, 2021August 11, 2021 ଅନୁଗୁଳ -(AO)- ଅନୁଗୁଳ ଜିଲ୍ଳାରେ ଦୁଇଟି ନୂଆଁ ଇନଡୋର ଷ୍ଟାଡିୟମ ନିର୍ମାଣ ହେବ । ରାଜ୍ୟର ବିଭିନ୍ନ ସ୍ଥାନରେ ୮୯ ଟି ଇନଡୋର ଷ୍ଟାଡିୟମ ନିର୍ମାଣ ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ବେଳେ ଅନୁଗୁଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକରେ ଏହି ଇନଡୋର ଷ୍ଟାଡିୟମ ହେବ । କ୍ରୀଡାର ଭିତ୍ତିଭୂମି ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଭନ୍ନ ସ୍ଥାନରେ ଷ୍ଟାଡିୟମ ନିର୍ମାଣ ମଧ୍ୟରୁ ତାଳଚେରକୁ ସ୍ଥାନ ଦେଇଥିବାରୁ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି । ସେ ସ୍ଥାନୀୟ ଅଞ୍ଚଳର ସୁନାମଧନ୍ୟ ଖେଳାଳିଙ୍କ ଉପସ୍ଥିତିରେ ଏକ ଧନ୍ୟବାଦ ସଭା ଆୟୋଜନ କରି ତାଳଚେର ବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଛି । ଏହି ଇନଡୋର ଷ୍ଟାଡିୟମ ନିର୍ମାଣ ହେବା ପରେ ତାଳଚେର କ୍ରୀଡାର ଏକ ହବ୍ ଭାବରେ ପରିଚୟ ଲାଭ କରିବ ବୋଲି ସେ ଆଶା ରଖିଛନ୍ତି । Advertisement
ରାଜ୍ୟ ଆଥେଲେଟିକ ମିଟରେ ଅନୁଗୁଳକୁ ୧୧ ପଦକ ଅନୁଗୁଳ – ଭୁବନେଶ୍ୱର ସ୍ଥିତ କିଟ୍ ବିଶ୍ଵବିଦ୍ୟାଳୟ ପଡ଼ିଆରେ ନିକଟରେ ଆୟୋଜିତ ୬୮ତମ ରାଜ୍ୟ ଦୌଡ଼ କୁଦ ପ୍ରତିଯୋଗିତାରେ ଅନୁଗୁଳ ଜିଲ୍ଲାକୁ ଐତିହାସିକ ସଫଳତା ମିଳିଛି ।…
ଅନୁଗୁଳ ଆସିବେ ଗୌତମ ଗାମ୍ଭୀର ଅନୁଗୁଳ – ଅନୁଗୁଳ ଆସିବେ ଗୌତମ ଗାମ୍ଭୀର । ଆସନ୍ତା ୨୫ ତାରିଖ ସେ ଅନୁଗୁଳ ଆସି ସ୍ଥାନୀୟ କଦମ ପଡ଼ିଆରେ ଅନୁଗୁଳ କ୍ରିକେଟ ସଂଘ (…
ଏକଦିବସୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଟାଙ୍ଗିରି ଗ୍ରାମରେ ଏକଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ରମେଶ ମେମୋରିଆଲ ନାମରେ ଅନୁଷ୍ଠିତ…