ଗୋଟିଏ ମଞ୍ଚରେ ମୁଖ୍ୟମନ୍ତ୍ରୀ ଓ ତିନି କେନ୍ଦ୍ରମନ୍ତ୍ରୀ – ରେଳ ବିଭାଗର କାର୍ଯ୍ୟକ୍ରମରେ ଯୋଗଦାନ

ଗୋଟିଏ ମଞ୍ଚରେ ମୁଖ୍ୟମନ୍ତ୍ରୀ ଓ ତିନି କେନ୍ଦ୍ରମନ୍ତ୍ରୀ – ରେଳ ବିଭାଗର କାର୍ଯ୍ୟକ୍ରମରେ ଯୋଗଦାନ

ଅନୁଗୁଳ – ଆଜି ଦିନିକିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିଥିବା ବେଳେ ରେଳ ବିଭାଗର କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ଅଶ୍ୱିନୀ ବୈଷ୍ଣବ ଓ ପ୍ରହଲ୍ଲାଦ ଜୋଶୀଙ୍କ ସହ ର୍ବଲ ବିଭାଗର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମାନ୍ୟବର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର କୋଇଲା, ଖଣି ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ଜୋଶୀ ଏବଂ ମାନ୍ୟବର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ବହୁ ପ୍ରତୀକ୍ଷିତ ଜନସାଧାରଣ କେନ୍ଦ୍ରିକ ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପ “ଭୁବନେଶ୍ୱର ରେଳ ଷ୍ଟେସନର ପୁନଃବିକାଶ” ସହିତ ବିଶ୍ୱସ୍ତରୀୟ ଢାଞ୍ଚାରେ ନିର୍ମାଣ ପାଇଁ ଭୁବନେଶ୍ୱର ରେଳ ଷ୍ଟେସନରେ ଭିତ୍ତିପ୍ରସ୍ତର ଦେବା ସହିତ ପୁରୀ-ଜଳେଶ୍ୱର-ପୁରୀ ମେମୁ ଟ୍ରେନର ଶୁଭାରମ୍ଭ କରିଥିଲେ । ଏହି ସମାବେଶରେ ଯୋଗ ଦେଇ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରହ୍ଲାଦ ଯୋଶୀ ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳବାଇରେ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଦେଶର ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରି ନୂତନ ଷ୍ଟେସନ ସ୍ଥାପନ କରି ଷ୍ଟେସନଗୁଡିକର ପୁନଃବିକାଶ କରାଇବା ସହିତ ଲୋକଙ୍କ ସୁବିଧା ପାଇଁ ବିଭିନ୍ନ ଆଧୁନିକ ସୁବିଧା ଯୋଗାଇବା କ୍ଷେତ୍ରରେ ସୁଧାର ଆଣି ରେଳବାଇକୁ ପରିବର୍ତ୍ତନ କରି ଚାଲିଛନ୍ତି ବୋଲି କହିଥିଲେ । କେନ୍ଦ୍ର ରେଳମନ୍ତ୍ରୀ ଶ ଅଶ୍ୱିନୀ ବୈଷ୍ଣବ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ଓଡ଼ିଶାର ରେଳ ବିକାଶ ପାଇଁ ପ୍ରାଥମିକତା ଦିଆଯାଉଛି । ଓଡିଶା ୨୦୧୪ ପୂର୍ବରୁ ୭୦୦ ରୁ ୮୦୦ କୋଟି ଟଙ୍କା ବଜେଟ ଅନୁମୋଦନ ପାଉଥିବାବେଳେ ବର୍ତ୍ତମାନ ୧୦ ହଜାର କୋଟିରୁ ଅଧିକ ଅନୁମୋଦନ ପାଉଅଛି । ସେହିପରି ୨୦୧୪ ପୂର୍ବରୁ ରେଳବାଇ ମାତ୍ର ୨୦ ରୁ ୩୦ କିଲୋମିଟର ପର୍ଯ୍ୟନ୍ତ ନୂଆ ରେଳ ଲାଇନ ନିର୍ମାଣ କରୁଥିଲାବେଳେ ବର୍ତମାନ ବର୍ଷକୁ ପ୍ରାୟ ୩୦୦ କିମି ରେଳ ଲାଇନ ନିର୍ମାଣ କରୁଛି । ଏହା ବ୍ୟତୀତ ଓଡିଶାର ୩୬ ରେଳ ଷ୍ଟେସନକୁ ବର୍ତ୍ତମାନ ଆଧୁନିକ ସୁବିଧା ସହିତ ନବୀକରଣ କରାଯାଉଛି । ଯେଉଁଠାରେ ରାଜ୍ୟର ପ୍ରତ୍ୟେକ କୋଣକୁ ପ୍ରାଥମିକତା ଦିଆଯାଇଛି । ଏହା ସହିତ ଜଗନ୍ନାଥ ସର୍କିଟ ଟ୍ରେନ ଅଳ୍ପ ଦିନ ମଧ୍ୟରେ ଚଳାଚଳ କରିବବୋଲି ଶ୍ରୀ ବୈଷ୍ଣବ କହିଥିଲେ । ଭୁବନେଶ୍ୱର ରେଳ ଷ୍ଟେସନର ପୁନଃବିକାଶରେ ଆଧୁନିକ ଭିତ୍ତିଭୂମି ଏବଂ ସୁବିଧା ସହିତ ଅନେକ ଯାତ୍ରୀ ପାରିସେବା ରହିବ । ପ୍ରକଳ୍ପର ନିର୍ମାଣ ଅବଧି କାର୍ଯ୍ୟ ଆରମ୍ଭରୁ ୨୪ ମାସ ରହିଛି ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି ।ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁଗୁଳ ଷ୍ଟେସନ ଠାରେ ଆୟୋଜିତ ରେଳବାଇ କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶ୍ରୀ ପ୍ରହଲ୍ଲାଦ ଯୋଶୀ ଏବଂ ଶ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଉପସ୍ଥିତିରେ ସମ୍ବଲପୁର ଏବଂ ଶାଲିମାର ମଧ୍ୟରେ ନୂତନ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରାଇଥିଲେ । ଅନୁଗୁଳ-ଢେଙ୍କାନାଳ-ଭଦ୍ରକ ମାର୍ଗ ଦେଇ ସମ୍ବଲପୁର-ଶାଲିମାର-ସମ୍ବଲପୁର ଏକ୍ସପ୍ରେସ ଏହି ଅଞ୍ଚଳର ଲୋକଙ୍କ ଆକାଂକ୍ଷା ପୂରଣ କରିବ ଓ ଯାତ୍ରା ସୁବିଧା ଯୋଗାଇଦେବ । ପରେ, ଅନୁଗୁଳ ଲୋକୋ ସେଡ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୧୪ କିଲୋମିଟର ଦୈର୍ଘ୍ୟ ନୂତନ ରେଳ ଲାଇନକୁ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶ୍ରୀ ପ୍ରହଲ୍ଲାଦ ଯୋଶୀ ଏବଂ ଶ୍ରୀ ଅଶ୍ବିନୀ ବୈଷ୍ଣବ ଉଦ୍ଘାଟନ କରିଥିଲେ । ଅନୁଗୁଳ-ବଳରାମ ନୂତନ ରେଳ ଲାଇନ ମାଲ ପରିବହନ ପାଇଁ ସୁବିଧା ଯୋଗାଇବ । ଏହା ବିଶେଷ ଭାବେ ଦେଶର ବିଭିନ୍ନ କୋଣ ଅନୁକୋଣରେ ଥିବା ବିଭିନ୍ନ ଶିଳ୍ପ ଏବଂ ପାୱାର ହାଉସକୁ କୋଇଲା ଯୋଗାଇବ ଏବଂ ଦେଶ ପାଇଁ ଅତିରିକ୍ତ ରାଜସ୍ୱ ଯୋଗାଇପାରିବ । ଓଡିଶା ବିଧାନ ସଭାର ମାନ୍ୟବର ଉପ ବାଚସ୍ପତି ଶ୍ରୀ ରଜନୀ କାନ୍ତ ସିଂ, ମାନ୍ୟବର ସାଂସଦ ଶ୍ରୀ ମହେଶ ସାହୁ, ମାନ୍ୟବର ବିଧାୟକ ଶ୍ରୀ ବ୍ରଜ କିଶୋର ପ୍ରଧାନ, ଶ୍ରୀ ସୁଶାନ୍ତ କୁମାର ବେହେରା ପ୍ରମୁଖ ଅନୁଗୁଳ ଠାରେ ଆୟୋଜିତ କାର୍ଯ୍ୟକ୍ରମ ମାନଙ୍କରେ ଯୋଗ ଦେଇଥିଲେ । ଏହାପୂର୍ବରୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ରୂପ ନାରାୟଣ ସୁନକର ଉଭୟ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ରେଳବାଇ କାର୍ଯ୍ୟ ଦକ୍ଷତା ସମ୍ବନ୍ଧରେ କହିଥିଲେ ।

What’s your Reaction?
+1
1
+1
0
+1
0
+1
0
+1
3
+1
0
+1
0

Leave a Reply