ମୁଖ୍ୟ ଖବର ପୁଣି ହାତୀ ନେଲା ଆଉ ଏକ ଜୀବନ Angul OnlineApril 29, 2023April 29, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି । ବନ୍ତଳା ଥାନା ମରଣ୍ଡା ଗାଁରେ ଆଜି ସକାଳୁ ଏହି ଅଘଟଣ ଘଟିଛି । ମୃତ ବୃଦ୍ଧା ଜଣଙ୍କ ହେଲେ ଝଟକ ବେହେରା । ସେ ବାଡ଼ି ପଟରେ ଆମ୍ବ ଗୋଟାଉଥିବା ବେଳେ ହାତୀ ଆକ୍ରମଣ କରିଥିଲା । ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ତେବେ ଜିଲ୍ଲାରେ ହାତୀ ଆକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବନ ବିଭାଗର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ ଉଠିଛି । ଗତ ଜାନୁଆରୀ ମାସରୁ ଏ ପର୍ଯ୍ୟନ୍ତ ଜିଲ୍ଲାରେ ୧୫ ରୁ ଉର୍ଦ୍ଧ୍ବ ଜଣଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ହେଲାଣି। Advertisement
ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ – ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କେରଜାଙ୍ଗ ଗାଁରୁ ବିଳମ୍ବିତ ରାତିରେ ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ କରିବା ସହ ଜଣଙ୍କୁ…
ଚାଷ କାମ ବେଳେ ଅଘଟଣ – କୂଅରେ ଟ୍ରାକ୍ଟର ପଡି ଜଣେ ମୃତ ଅନୁଗୋଳ – ଚାଷ କାମ କରୁଥିବା ବେଳେ ଅନୁଗୋଳ ଜିଲ୍ଲା ଜାମୁଣ୍ଡା ଗାଁରେ ଅଘଟଣ ଘଟି ଯାଇଛି । ଟ୍ରାକ୍ଟର ସାହାଯ୍ୟରେ ଚାଷ କରୁଥିବା ବେଳେ ଅସାବଧାନତା…
ମୁଖ୍ୟ ଚିକିତ୍ସାଳୟ ଉପର ମହଲାରୁ ପଡି ରୋଗୀ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଛାତରୁ ଡେଇଁ ରୋଗୀ ମୃତ । ତେବେ ଏହା ଆତ୍ମହତ୍ୟା ନା ଦୁର୍ଘଟଣା ସ୍ପଷ୍ଟ ହୋଇ ପାରି ନାହିଁ…