ମୁଖ୍ୟ ଖବର ଯୁବ ଡାକ୍ତରଙ୍କ ଅକାଳ ବିୟୋଗ Angul OnlineOctober 13, 2021October 13, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କାର୍ଯ୍ୟରତ ଜଣେ ଯୁବ ଡାକ୍ତରଙ୍କ ଅକାଳ ବିୟୋଗ ହୋଇଛି । ମୃତ ଡାକ୍ତର ଜଣଙ୍କ ହେଲେ ଅନୁଗୁଳ ଜିଲ୍ଲା ତଳମୂଳ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରଣୟ କୁମାର ପ୍ରଧାନ । ସେ ବ୍ରେନ ଟ୍ୟୁମର ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ବ୍ରେନ୍ ଟ୍ୟୁମର ଅସ୍ତ୍ରୋପଚାର ପରେ ତାଙ୍କ ଅବସ୍ଥା ବିଗିଡିବାକୁ ଲାଗିଥିଲା । ଶେଷରେ ବୁଧବାର ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୪ ବର୍ଷ ହୋଇଥିଲା । ଜଣେ ଯୁବ ଡାକ୍ତର ଏବଂ ମେଳାପୀ ବ୍ୟକ୍ତି ଭାବେ ସେ ସ୍ଥାନୀୟ ଅଞ୍ଚଳରେ ବେଶ ପରିଚିତ ଥିଲେ । ତାଙ୍କ ପରଲୋକରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । Advertisement
ଯୁବକଙ୍କୁ ଜିଅନ୍ତା ଜାଳିଦେଲେ – ପୋଲିସର ତଦନ୍ତ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଏକ ବୀଭତ୍ସ, ଅମାନୁଷିକ ଓ ଲୋମଟାଙ୍କୁରା ହତ୍ୟାକାଣ୍ଡ ଘଟି ଯାଇଛି । ଗାଁ ଦାଣ୍ଡରେ ସମ୍ପର୍କୀୟମାନେ ଯୁବକଙ୍କୁ ଜିଅନ୍ତା ଜାଳିଦେଲେ ।…
ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ ଅନୁଗୁଳ – ପୂର୍ବତନ ଡେପୁଟି ମିନିଷ୍ଟର ହୋମ ତଥା ଅନୁଗୁଳର ପୂର୍ବତନ ବିଧାୟକ ଦେବରାଜ ସାହୁଙ୍କ ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫…
ଅନୁଗୁଳ କୋର୍ଟର କଣ୍ଟେନମେଣ୍ଟ ଜୋନ ଅବଧି ବଢିଲା ଅନୁଗୁଳ – ଅନୁଗୁଳ ଜିଲ୍ଲା କୋର୍ଟର କିଛି କର୍ମଚାରୀ କରୋନା ସଂକ୍ରମିତ ହେବା ପରେ ଅନୁଗୁଳ କୋର୍ଟକୁ କଣ୍ଟେନମେଣ୍ଟ କରାଯାଇଥିଲା । ଗତ ୧୭ ତାରିଖଠାରୁ ୨୪…