ମୁଖ୍ୟ ଖବର ୨୦୨୫-୨୬ ସୁଦ୍ଧା କାର୍ଯ୍ୟକ୍ଷମ ହେବ ମେଡ଼ିକାଲ କଲେଜ Angul OnlineNovember 30, 2022November 30, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ଠାରେ ହେବାକୁ ଥିବା ମେଡ଼ିକାଲ କଲେଜ ୨୦୨୫-୨୬ ମସିହା ପୂର୍ବରୁ କାର୍ଯ୍ୟକ୍ଷମ ହେଉ ନାହିଁ । ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତରରୁ ଏ କଥା ଏକ ସ୍ପଷ୍ଟ ହୋଇଛି । ଚାଲିଥିବା ବିଧାନସଭାର ଶୀତକାଳୀନ ଅଧିବେଶନ ବେଳେ ଆଠମଲ୍ଲିକ ବିଧାୟକ ରମେଶ ସାଏ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କୁ ଅନୁଗୁଳ ଜିଲ୍ଲାରେ ସରକାରୀସ୍ତରରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି ନାହିଁ ବୋଲି ପ୍ରଶ୍ନ କରିଥିଲେ । ଉତ୍ତରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ , କହିଥିଲେ ଯେ ଅନୁଗୁଳ ଜିଲ୍ଲା ଅନ୍ତର୍ଗତ ତାଳଚେର ଠାରେ ମହାନଦୀ କୋଲଫିଲ୍ଡ ଲି . ( MCL ) ସହାୟତାରେ ଏକ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କରାଯାଇଅଛି । ଏହି କଲେଜ ଟି ୨୦୨୫ -୨୦୨୬ ବର୍ଷ ସୁଦ୍ଧା କାର୍ଯ୍ୟକ୍ଷମ ହେବା ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । Advertisement
ମୁଖ୍ୟ ଚିକିତ୍ସାଳୟ ଉପର ମହଲାରୁ ପଡି ରୋଗୀ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଛାତରୁ ଡେଇଁ ରୋଗୀ ମୃତ । ତେବେ ଏହା ଆତ୍ମହତ୍ୟା ନା ଦୁର୍ଘଟଣା ସ୍ପଷ୍ଟ ହୋଇ ପାରି ନାହିଁ…
ପୁଣି ଦୂର୍ଘଟଣା ନେଲା ଜୀବନ – ଟ୍ରକ ଧକ୍କାରେ ଜଣେ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ବାଙ୍କଧରା ଛକ ନିକଟରେ ଟ୍ରକ ଦୁର୍ଘଟଣାରେ ଜଣେ ମୋଟରସାଇକେଲ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି ।…
କାନ୍ଥ ଭୁଶୁଡି ଦୁଇ ଗୁରୁତର ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଅଞ୍ଚଳରେ କାନ୍ଥ ଭୁଶୁଡି ଦୁଇଜଣ ଆହତ ହୋଇଥିବା ଜଣା ପଡିଛି । ଗତ ଦୁଇ ଦିନ ହେଲା ଜିଲ୍ଲାରେ ଲଗାଣ…