ଅପରାଧ ଭିନ୍ନକ୍ଷମ ବୃଦ୍ଧ ଜୀବନ୍ତ ଦଗ୍ଧ Angul OnlineNovember 2, 2021November 2, 2021 ବନ୍ତଳା – ଅନୁଗୁଳ ବ୍ଲକ ଶଙ୍ଖପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ନିଆଁ ଲାଗି ଜଣେ ଭିନ୍ନକ୍ଷମ ବୃଦ୍ଧ ଜଳିଯାଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ ବନ୍ତଳା ଥାନା ଶଙ୍ଖପୁର ଗ୍ରାମର ୬୩ ବର୍ଷୀୟ କୁମର ଦେହୁରୀ ଦୀର୍ଘ ଦିନ ହେଲା କ୍ୟାନସର ରୋଗରେ ପୀଡ଼ିତ ଥିଲେ । ଏନେଇ ଚିକିତ୍ସା ପରେ ୧୦ ବର୍ଷ ପୂର୍ବରୁ ତାଙ୍କର ଏକ ଗୋଡ଼କୁ କଟାଯାଇଥିଲା । ଫଳରେ ସେହିଦିନ ଠାରୁ ସେ ଗୋଟିଏ ଗୋଡ଼ ହରାଇଥିଲେ । ତେବେ ଆଜି ବିଳମ୍ବିତ ରାତିରେ ସେ ଶୋଇଥିବା କୋଠରୀ ମଧ୍ୟରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ଫଳରେ ସେ ସେଠାରେ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ । ପରିବାର ଲୋକେ ତାଙ୍କୁ ଆଜି ବଡ଼ି ଭୋରରୁ ଚିକିତ୍ସା ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ସେଠାରେ କୁମରଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । Advertisement
ଡାକ୍ତରଙ୍କ ଘରୁ ଟଙ୍କା ଓ ସୁନା ଚୋରି – ରୋଷେୟା ଗିରଫ ନାଲକୋନଗର – ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗଡ଼ସାହିର ଅବସରପ୍ରାପ୍ତ ଡ଼ାକ୍ତର ଅକ୍ଷୟ କୁମାର ସିଂଙ୍କ ଘରୁ ଟଙ୍କା , ସୁନା ଚୋରି ଘଟଣାର…
କଳାହିରାର ସହରରୁ ଧଳା ଜହର ଜବତ – ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ଅବକାରୀ ବିଭାଗକୁ ପୁଣି ଏକ ସଫଳତା ମିଳିଛି । ଅନେକ ଦିନ ହେଲା କଳାହିରାର ସହର ତାଳଚେରରେ ଧଳା ଜହର ବିକ୍ରି…
ଡ୍ୟୁଟି ଯାଉଥିବା ବେଳେ ଭୁଜାଲିରେ ଆକ୍ରମଣ – ଦୁଇ ଆହତ ଅନୁଗୋଳ – ଅନୁଗୋଳ ଜିଲ୍ଲା ନିଶାସ୍ଥିତ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ପ୍ଲାଣ୍ଟଙ୍କୁ ଡ୍ୟୁଟି କରିବାକୁ ଯାଉଥିବା ବେଳେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୁଇଜଣ ଯୁବକ ଆହତ ହୋଇଛନ୍ତି…