ସମସ୍ୟା ଶିକ୍ଷକ ବଦଳି ବାତିଲ ଦାବିରେ ସ୍କୁଲରେ ତାଲା Angul OnlineJune 3, 2022June 3, 2022 ଅନୁଗୁଳ – ଶିକ୍ଷକଙ୍କ ବଦଳି ବାତିଲ ଦାବିରେ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ । ଏପରିକି ସେଥିରେ ସାମିଲ ହୋଇ ଛାତ୍ରଛାତ୍ରୀ ମାନେ ସ୍କୁଲ ଆଗରେ ଧାରଣାରେ ବସିଲେ । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ବାରସିଂହା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପ୍ରଶାନ୍ତ କୁମାର ପ୍ରଧାନଙ୍କୁ ଅନ୍ୟତ୍ର ବଦଳି କରା ଯାଇଥିଲା । ତାଙ୍କ ସ୍ଥାନରେ ଅନ୍ୟ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ମଧ୍ୟ ଦିଆ ଯାଇଛି । ତେବେ ଗ୍ରାମବାସୀଙ୍କ ଅଭିଯୋଗ ହେଲା ଯେ ପ୍ରଶାନ୍ତ ଏହି ସ୍କୁଲର ଏକ ମାତ୍ର ଗଣିତ ଶିକ୍ଷକ । ତାଙ୍କ ସ୍ଥାନରେ ଯାହାଙ୍କୁ ଦିଆ ଯାଉଛି ସେ ଗଣିତ ଶିକ୍ଷକ ନୁହଁନ୍ତି । ଯାହା ଫଳରେ ଛାତ୍ରଛାତ୍ରୀ ମାନେ ଗଣିତର ଉଚିତ ଶିକ୍ଷାରୁ ବଞ୍ଚିତ ହେବେ । ଏଥିପାଇଁ ଗଣିତ ଶିକ୍ଷକ ପ୍ରଶାନ୍ତଙ୍କ ବଦଳି ଦାବି କରିଛନ୍ତି ଗ୍ରାମବାସୀ । ଏଥିପାଇଁ ଆଜି ସ୍କୁଲ ଫାଟକରେ ତାଲା ପକାଇବା ସହ ଧାରଣା ରେ ବସିଛନ୍ତି । Advertisement
ଜମି ଅଧିଗ୍ରହଣକୁ ବିରୋଧ କରି ଥାନାରେ ମାମଲା – ପ୍ରତିବାଦରେ ଥାନା ଘେରାଉ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ଡ଼ଅଁରା ଗ୍ରାମର ଜମି ଅଧିଗ୍ରହଣକୁ ନେଇ ବିବାଦ ଦେଖାଦେଇଛି । ଫଳରେ ଗ୍ରାମବାସୀ ମାନେ ସ୍ଥାନୀୟ ଗୋପାଳପ୍ରସାଦ ଥାନାକୁ ଘେରାଉ…
ନାଲକୋ ପରିପାର୍ଶ୍ବିକ ଗ୍ରାମରେ ପାନୀୟ ଜଳ ଯୋଗାଣ ଆରମ୍ଭ ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ତରଫରୁ ପାରିପାର୍ଶ୍ଵିକ ଗ୍ରାମରେ ବୁଧବାର ପାନୀୟ ଜଳ ଯୋଗାଣ ଆରମ୍ଭ କରାଯାଇଛି । ଜଳକ୍ଳିଷ୍ଟ ପରିପାର୍ଶ୍ବିକ ଗ୍ରାମମାନଙ୍କରେ ପାନୀୟ ଜଳ…
ରାସ୍ତା ନଥିବାରୁ ଶଗଡରେ ଗଲେ ରୋଗୀ ଅନୁଗୋଳ – ସରକାର ବିକାଶର ଡିଡିମ୍ବ ପିଟୁଥିବା ବେଳେ ଆଜି ବି ଶିଳ୍ପ ଶମୃଦ୍ଧ ଅନୁଗୋଳ ଜିଲ୍ଲାର ଅନେକ ଜାଗା ଅଛି ଯେଉଁଠିକୁ ଭଲ ରାସ୍ତାଟିଏ ନାହିଁ…