ଅପରାଧ ଦିନ ଦ୍ଵିପହରରେ ଘରେ ପଶି କଳାକନା ବୁଲାଇଲେ ଚୋର Angul OnlineJune 11, 2022June 11, 2022 ଅନୁଗୁଳ – ଅନୁଗୁଳ ସହରରେ ପ୍ରତ୍ୟେକ ଦିନ ଲୁଟେରାଙ୍କ ଉତ୍ପାତ କେଉଁଠି ନା କେଉଁଠି ଦେଖିବାକୁ ମିଳୁଛି । ଆଜି(ଶନିବାର) ଅନୁଗୁଳ ଉପକଣ୍ଠ ଗୀତାଗ୍ରାମରେ ଘରେ କେହି ନ ଥିବାର ସୁଯୋଗ ନେଇ ଲୁଟେରା ମାନେ ଘରେ କଳାକନା ବୁଲାଇଛନ୍ତି । ସୂଚନା ଅନୁସାରେ , ଗୀତାଗ୍ରାମର ଶାଶ୍ଵତ କୁମାର ଦାସଙ୍କ ପରିବାର ଆଜି ଅପରାହ୍ନ ଚାରିଟା ବେଳେ ତାଳଚେରସ୍ଥିତ ଭାଇ ଘରକୁ ଯାଇଥିଲେ । ସେମାନେ ଯିବା ବେଳେ ଘର ଭିତର ଓ ବାହାର ଗେଟକୁ ତାଲା ପକାଇଥିଲେ । କିନ୍ତୁ ସନ୍ଧ୍ୟାରେ ଫେରିବା ବେଳକୁ ଘରର ମୁଖ୍ୟ ଗ୍ରୀଲ ଓ ଭିତର କବାଟ ଖୋଲା ଥିଲା । ଘର ଭିତରକୁ ଯାଇ ଦେଖିବା ବେଳକୁ ଆଲମାରୀ ଭଙ୍ଗା ଯାଇଥିବା ବେଳେ ସେଥିରେ ଥିବା ନଗଦ ୫୦ ହଜାର ଟଙ୍କା ଓ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଯାଇଥିବା ଦେଖିଥିଲେ । ଏ ଦେଖି ସେ ଅନୁଗୁଳ ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । Advertisement
ମନ୍ଦିର ହୁଣ୍ଡି ବୋହିନେଲେ ଦୁର୍ବୃତ୍ତ ଅନୁଗୁଳ – ଅନୁଗୁଳ ପୋକତୁଙ୍ଗା ଗାଁ ରଣେଶ୍ୱର ମନ୍ଦିର ଓ ଏହାର ଚତୁଃପାର୍ଶ୍ଵରେ ଥିବା ହନୁମାନ ମନ୍ଦିରର ହୁଣ୍ଡି ଚୋରି ହୋଇଛି । ଦୁର୍ବୃତ୍ତ ମାନେ ନିକଟସ୍ଥ…
ନିଖୋଜ ନାବଳକକୁ ବଳି ସନ୍ଦେହ – ପୁଲିସ ଗାଡି ଜାଳିଦେଲେ ଉତ୍ତ୍ଯକ୍ତ ଲୋକେ ଅନୁଗୋଳ – ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ କ୍ଷତ ବିକ୍ଷତ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ନାବାଳକ ଜଣଙ୍କ ଗୋଡ଼ ହାତ ଆଦି…
ସାବିତ୍ରୀ ସାହୁ ହତ୍ୟାକାଣ୍ଡରେ ସଂପୃକ୍ତ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି ଦାବିରେ ଏସ୍.ପି ଅଫିସ ଘେରାଉ ଅନୁଗୁଳ – ଅନୁଗୁଳ ଜିଲ୍ଲା ରେଙ୍ଗାଳି ଥାନା ଅନ୍ତର୍ଗତ ଖାଲପାଳ ଗ୍ରାମର ସାବିତ୍ରୀ ସାହୁ ହତ୍ୟାକାଣ୍ଡରେ ସଂପୃକ୍ତ ଅନ୍ୟତମ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିବା ଓ ଅନ୍ୟାନ୍ୟ…