ମୁଖ୍ୟ ଖବର ପୋଲ ତଳକୁ ଖସି ପଡିଲା ଟ୍ରକ – ଜଣେ ମୃତ Angul OnlineMay 23, 2022May 23, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ବହ୍ଲର ଛକ ନିକଟରେ ଜଣଙ୍କୁ ଧକ୍କା ଦେଇ ପୋଲ ଉପରୁ ନାଳକୁ ଏକ କୋଇଲା ବୋଝେଇ ଟ୍ରକ ଓଲଟିପଡିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ରହିଛି । ସୂଚନା ଅନୁସାରେ ତାଳଚେରରୁ ଏହି କୋଇଲା ବୋଝେଇ ଟ୍ରକଟି ବଅଁରପାଳ ଆଡ଼କୁ ଯାଉଥିବା ସମୟରେ ବହ୍ଲର ଛକ ନିକଟରେ ଜଣେ ପଥଚାରୀଙ୍କୁ ଧକ୍କା ଦେଇ ନାଳକୁ ଓଲଟି ପଡିଥିଲା । ଫଳରେ ଘଟଣା ସ୍ଥଳରେ ପଥଚାରୀଙ୍କର ମୃତ୍ୟୁ ଘଟିଛି । ତେବେ ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ ତାଳଚେର ପୁଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି । Advertisement
ଟ୍ରକ ଚାପାରେ ବାପ-ପୁଅ ମୃତ ଅନୁଗୋଳ – ଅନୁଗୋଳ ଜିଲ୍ଲା ତାଳଚେର ବାଙ୍କଧରା ଛକ ନିକଟରେ ଆଜି ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୩ ବର୍ଷର ପୁଅ ସମେତ ବାପାଙ୍କର ମୃତ୍ୟୁ ହୋଇଛି…
ଗୋଟିଏ ପରେ ଗୋଟିଏ ଛେଳି ଖାଉଛି ବାଘ – ଅଞ୍ଚଳରେ ଭୟ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବନାଞ୍ଚଳର କଣଲୋଇ ସଂରକ୍ଷିତ ଜଙ୍ଗଲରେ ଗତ କିଛି ଦିନ ହେବ ଏକ ବାଘ ଶିକାର କରି ୬ଟି ଉର୍ଦ୍ଧ ଛେଳି…
ଜାପାନରେ ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଅନୁଗୁଳ ଛାତ୍ର ଅନୁଗୁଳ – ଅନୁଗୁଳ ଚମ୍ପତିମୁଣ୍ଡାସ୍ଥିତ ପିଏମ୍ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ଏକାଦଶ ଶ୍ରେଣୀର ଛାତ୍ର ଯୁବ ବିଜ୍ଞାନୀ ତେଜସ ଦାଶ ଜାପାନର ଟୋକିଓରେ ଆୟୋଜିତ ସାକୁରା ବିଜ୍ଞାନ…