ଅପରାଧ ତୀର ମାଡରେ ଯୁବକ ଗୁରୁତର Angul OnlineOctober 5, 2021October 5, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା କଙ୍କରେଇ ଗାଁରେ ଜଣେ ଯୁବକଙ୍କୁ ତୀର ମାଡ ହୋଇଥିବା ବେଳେ ତୀର ଲାଗିଥିବା ଅବସ୍ଥାରେ ସେ ଆସି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ । ସୂଚନା ଅନୁସାରେ କୁଣ୍ଢେଇଗୋଳା ଥାନା ଅଞ୍ଚଳର ଶିବ ନାୟକ ନିଶା ଶିଳ୍ପାଞ୍ଚଳ ଥାନା କଙ୍କରେଇ ଗାଁରେ ରହି ଶ୍ରମିକ ଭାବେ କାମ କରୁଥିଲେ । ଗତ କାଲି ରାତିରେ ସେ କୌଣସି କାମରେ ବାହାରକୁ ଯାଇଥିବା ବେଳେ ହଠାତ ତାଙ୍କ ଡାହାଣ କାନ୍ଧରେ ଏକ ତୀର ଆସି ବାଜିଥିଲା । ଗୁରୁତର ଅବସ୍ଥାରେ ଶିବ ନାୟକଙ୍କୁ ସ୍ଥାନୀୟ ଲୋକମାନେ ଚିକିତ୍ସା ନିମନ୍ତେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତାଙ୍କ ଅବସ୍ଥା ଭଲ ଥିବା ବେଳେ ଜନ୍ତୁ ଶିକାର କରିବା ଉଦ୍ୟେଶରେ ତୀର ମରା ଯାଇଥିବା ସନ୍ଦେହ କରା ଯାଉଛି । Advertisement
ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଅନୁଗୁଳ – ଫ୍ୟାନରେ ଝୁଲି ମହିଳାଙ୍କ ଆତ୍ମହତ୍ୟା । ସୂଚନା ଅନୁଯାୟୀ ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମର ଝୁନି ଅମାନ୍ତ ୨୨ବର୍ଷ ତଳେ କାଣ୍ଡସର ଗ୍ରାମରେ ବିବାହ…
ଭାଉଜଙ୍କୁ ଦୁଷ୍କର୍ମକରି ଦିଅର ଗିରଫ ଅନୁଗୋଳ- ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅଞ୍ଚଳରେ ନିଜ ଭାଉଜଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ଦିଅରଙ୍କୁ ଗିରଫ କରିଛି ପୁଲିସ। ସୂଚନା ଯେ, ଅଭିଯୋଗ କାରରିଣୀ ଭାଉଜଙ୍କ…
ଦାଦାବଟି ନଦେବାରୁ ଦୋକାନୀକୁ ଆକ୍ରମଣ – ଭାଙ୍ଗିଦେଲା ଦୋକାନ ଅନୁଗୁଳ – ଦାଦାବଟି ମାଗିଲା , ନ ଦେବାରୁ ଦୋକାନ ଉଜାଡ଼ି ଦେବା ସହ ଛୁରୀ ରେ ଆକ୍ରମଣ କଲା ଦୁର୍ବୃତ୍ତ । ଅନୁଗୁଳ ଟାଉନ୍ ଥାନା…