ଅପରାଧ ମନ୍ଦିର ହୁଣ୍ଡି ବୋହିନେଲେ ଚୋର Angul OnlineSeptember 25, 2022September 25, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ର ବହୁ ପ୍ରତିଷ୍ଠିତ ବରାଳ ବାଲୁଙ୍କେଶ୍ୱର ଶିବ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ବିଲମ୍ବିତ ରାତିରେ ଦୁର୍ବୃତ୍ତମାନେ ମନ୍ଦିରର ଗେଟ ତାଲା ଭାଙ୍ଗି ଭିତରକୁ ଯିବା ସହ ଭିତରେ ଥିବା ହୁଣ୍ଡି ବାକ୍ସକୁ ବୋହି ନେଇଥିଲେ । ସେଠାରୁ ମନ୍ଦିର ପଛ ପାଖରେ ଥିବା ଏକ ଆମ୍ଵ ତୋଟାରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ସମସ୍ତ ଟଙ୍କା ନେଇ ପଳାଇ ଯାଇଛନ୍ତି । ହୁଣ୍ଡିରେ ପ୍ରାୟ ୩୦ ହଜାରରୁ ଉର୍ଦ୍ଧ୍ଵ ଟଙ୍କା ଥିବ ବୋଲି ମନ୍ଦିର ପରିଚାଳନା କମିଟି ଅନୁମାନ କରିଛି । ଏ ନେଇ ମନ୍ଦିର ପୂଜକ କମିଟି ପକ୍ଷରୁ ଥାନାରେ ଅଭିଯୋଗ ପରେ ପୁଲିସ ଘଟଣାର ଛାନଭିନ କରୁଛି । Advertisement
ନାବାଳିକାଙ୍କ ସହ ଦୁଷ୍କର୍ମ ଅଭିଯୋଗରେ ଘର ମାଲିକ ଗିରଫ ଅନୁଗୁଳ – ଘରେ ଭଡ଼ାରେ ରହୁଥିବା ଜଣେ ନାବାଳିକାଙ୍କ ସହ ଦୁଷ୍କର୍ମ ଅଭିଯୋଗରେ ପୁଲିସ ଜଣେ ଘର ମାଲିକଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ…
ପାରିବାରିକ କଳହ ଯୋଗୁଁ ନିଜକୁ ଲଗାଇ ଦେଲେ ନିଆଁ ଅନୁଗୁଳ – ଅନୁଗୁଳ ଜିଲ୍ଲା ଶାକସିହାଁ ଗାଁରେ ଆଜି ପାରିବାରିକ କଳହରୁ ଆଜି ଜଣେ ମହିଳା ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଜଣା ପଡିଛି…
ଟଙ୍କା ଲୁଟିନେଲେ ସାଇବର ଠକ ଅନୁଗୁଳ – ଅନୁଗୁଳରେ ପୁଣି ମାତିଲେ ସାଇବର ଠକ । କେୱାଇସି ଅପଡେଟ୍ କରିବା ବାହାନରେ ଶିମିଳିପଡ଼ାର ଜୈନିକ ବ୍ୟକ୍ତିଙ୍କ ଆକାଉଣ୍ଟରୁ ୨୦ ହଜାର ଲୁଟ କରି…