ଅପରାଧ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟରୁ ଚୋରି କରି ଦୁଇ ଗିରଫ Angul OnlineJanuary 28, 2023January 28, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଗଡସନ୍ତ୍ରୀ ଗ୍ରାମ ପଞ୍ଚାୟତରେ ନିର୍ମାଣ ହେଉଥିବା ଜାତୀୟ ରାଜପଥର ଲୁହା ରଡ଼ ଚୋରି ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ବଅଁରପାଳ ପୁଲିସ ଗିରଫ କରିଛି । ସୂଚନା ଅନୁସାରେ କିଛି ଦିନ ପୂର୍ବରୁ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟରୁ ଚୋରି ହେଉଥିବା ଜଣା ପଡିଥିଲା । ଏଥିପାଇଁ ପୁଲିସ ରାତିରେ ପେଟ୍ରୋଲିଂ କଡାକଡି କରିଥିବା ବେଳେ ଗଡସନ୍ତ୍ରୀ ଗ୍ରାମରେ କେତେ ଜଣ ଅଭିଯୁକ୍ତ ଚୋରି କାର୍ଯ୍ୟ କରୁଥିବା ଜାଣି ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ଅଭିଯୁକ୍ତ ଫେରାର ହୋଇଯାଇଥିଲେ । ପୁଲିସ ଏନେଇ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଥିବା ବେଳେ ଆଜି ଗଡସନ୍ତ୍ରୀ ଗ୍ରାମରୁ ଦୁଇ ଅଭିଯୁକ୍ତକୁ କାବୁ କରି ପଚରା ଉଚରା କରିବା ବେଳେ ତାଙ୍କଠାରୁ ଏକ ହେକସ ଉଦ୍ଧାର କରିଥିଲେ । ଅଧିକ ପଚରାଉଚରା ବେଳେ ଚୋରି ବିଷୟରେ ସ୍ୱୀକାର କରିଥିଲେ । ଦୁଇ ଅଭିଯୁକ୍ତ ହେଲେ ଗଡସନ୍ତ୍ରୀ ପଞ୍ଚାୟତର ଭରତ ମାଝୀ, ବଟକୃଷ୍ଣ ସେଠୀ । ଉଭୟଙ୍କୁ ଆଜି ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଅଭିଯୁକ୍ତ ମାନଙ୍କଠାରୁ ଚୋରି ସମାଗ୍ରୀ ଜବତ ମଧ୍ୟ କରାଯାଇଛି । Advertisement
ମୋଟରସାଇକେଲରେ ଆସି ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଲୁଟିନେଲେ ୭୦ ହଜାର ଟଙ୍କା ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ବାଗଡିଆ ଥାନା ପାତ୍ରପଡା ବାୟାଣୀ ପିଠ ନିକଟସ୍ଥ ଫାକ୍ସନ ଠାରେ କେଟିଏମ ମୋଟରସାଇକେଲରେ ଆସି ମାରଣାସ୍ତ୍ର ଦେଖାଇ ଜଣେ ଫାଇନାନ୍ସ କର୍ମଚାରୀଙ୍କ…
ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତ ର ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ ହୋଇଛି । ସରପଞ୍ଚ ପ୍ରାର୍ଥୀ ମନୋଜ ସେଠୀ ଆଜି…
ଚୋରା ତେଲ ସହ ୨ ପିକଅପ ଜବତ – ୩ ଗିରଫ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପୁଲିସ ଗୁରୁବାର ଚଢାଉ କରି ୧୧୯୦ ଲିଟର ଚୋରା ଡିଜେଲ ଓ ପେଟ୍ରୋଲ ଜବତ କରିବା ସହିତ ଦୁଇଟି…