ଦୁର୍ଘଟଣାରେ ଦୁଇ ମୃତ

ଦୁର୍ଘଟଣାରେ ଦୁଇ ମୃତ

ଅନୁଗୁଳ – ଅନୁଗୁଳ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ତୁବେଠାରେ ଏକ ମୋଟରସାଇକେଲକୁ ଟ୍ରକ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଛେଣ୍ଡିପଦା କୋରଡ଼ା ଗାଁର ସାଗର ବେହେରା । ସେ ଏକ ମୋଟରସାଇକେଲରେ ଅନୁଗୁଳ ଆଡକୁ ଯାଉଥିବା ବେଳେ ଅନୁଗୁଳ ପଟରୁ ଆସୁଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ସାଗରଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାକୁ ନେଇ କିଛି ସମୟ ଉତ୍ତେଜନା ଦେଖା ଦେଇଥିବା ବେଳେ ଜରପଡା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲା । ସେହିପରି ବଇଣ୍ଡା ଲୁହାମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଦୁର୍ଗାପୁର ଗ୍ରାମ ର ସୁବ୍ରତ ବେହେରା ବୋଲି ଜଣା ପଡିଛି ।

What’s your Reaction?
+1
0
+1
0
+1
0
+1
0
+1
2
+1
0
+1
1

Leave a Reply