ଦୁଇ ମୋଟରସାଇକେଲ ଧକ୍କାରେ ଦୁଇ ମୃତ

ଅନୁଗୁଳ – ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ଯୁ ହୋଇଛି । ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ କରତପଟା ଠାରେ ଏହି ଦୂର୍ଘଟଣା ଘଟିଥିବା ଜଣା ପଡିଛି । ସୂଚନା ଅନୁସାରେ ସୋମବାର ସନ୍ଧ୍ୟା ୭ଟା ସମୟରେ ବନ୍ତଳା ଥାନା ଅନ୍ତର୍ଗତ ମଧପୁର ଗ୍ରାମର ମନୋଜ ନାଏକ (୪୦) ଏକ ମୋଟରସାଇକେଲରେ କରତପଟାରୁ ଘରକୁ ଫେରୁଥିବା ବେଳେ କରତପଟା ଠାରେ ବିପରିତ ଦିଗରୁ ଆଉ ଏକ ମୋଟରସାଇକେଲରେ ଜରପଡା ଥାନା ଅନ୍ତର୍ଗତ ଦୁର୍ଗାପୁର ଗ୍ରାମର ଭୁବନ ପ୍ରଧାନ (୪୨) ମାଧପୁର ଆସୁଥିବା ବେଳେ ଉଭୟଙ୍କ ମଧ୍ଯରେ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଉଭୟ ରାସ୍ତାରେ ଛିଟିକି ପଡ଼ିଥିଲେ । ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଲୋକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ବନ୍ତଳା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି ।

What’s your Reaction?
+1
0
+1
0
+1
0
+1
0
+1
2
+1
0
+1
0

Share:

Share on facebook
Share on twitter
Share on whatsapp
Share on telegram

Sponsored