ମୁଖ୍ୟ ଖବର ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ Angul OnlineApril 24, 2023April 24, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ବଡ଼କନ୍ତକୁଳ ଗାଁର ମୁନି ପ୍ରଧାନ ଓ ଗୌରୀ ରାଉଳ ଆଜି ଭୋରରୁ ଗାଁ ମୁଣ୍ଡ ଆମ୍ବତୋଟା କୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ତେବେ ସେଠାରେ ଏକ ହାତୀ ଛପି ରହିଥିବା ସେମାନେ ଜାଣି ପାରି ନଥିଲେ । ସେମାନେ ଆମ୍ବ ଗୋଟାଉଥିବା ବେଳେ ହଠାତ ହାତୀଟି ସେମାନଙ୍କୁ ଆକ୍ରମଣ କରିବା ଫଳରେ ସେମାନଙ୍କ ମଧ୍ୟରୁ ମୁନି ଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା । ଗୌରୀ ଆହତ ହୋଉଥିବା ବେଳେ ଗାଁ ଲୋକ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୌରୀଙ୍କର ମଧ୍ୟ ମୃତ୍ୟୁ ହୋଇଛି । ତେବେ ଏହି ଘଟଣାକୁ ନେଇ ଗାଁରେ ଚାପା ଉତ୍ତେଜନା ଦେଖା ଦେଇଥିଲା । ପରେ ପୁଲିସ ଓ ବନ ବିଭାଗ ପହଂଚି ବୁଝାସୁଝା କରିବା ସହ ଖୁବ ଶିଘ୍ର କ୍ଷତିପୁରଣ ଦିଆଯିବାର ପ୍ରତିଶ୍ରୁତି ପରେ ଲୋକ ଶାନ୍ତ ହୋଇଥିଲେ । Advertisement
ବିଲରେ ଚାଷୀଙ୍କୁ ଦଳିଦେଲା ହାତୀ ଅନୁଗୁଳ – ଧାନ ବିଲରେ କାମ କରୁଥିବା ବେଳେ ଦଳି ମାରିଲା ଦନ୍ତI ହାତୀ I ଏଭଳି ଅଭାବନୀୟ ଘଟଣା ଘଟିଛି, ଅନଗୁଳ ଜିଲ୍ଲା ପାଳଲହଡା ଉପଖଣ୍ଡ…
ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମ ନିକଟରୁ ଆଜି ବିଲମ୍ବିତ ରାତିରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ…
ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାପୁଜୀ ମହାବିଦ୍ୟାଳୟ ପୋଲ ନିକଟରୁ ତିନି ଦିନ ପୂର୍ବରୁ ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି…