ମୁଖ୍ୟ ଖବର ଟ୍ରଲର ଧକ୍କାରେ ଦୁଇ ମୃତ Angul OnlineNovember 3, 2021November 3, 2021 ପାଲଲହଡା – ପରିବାର ଲୋକଙ୍କ ଗହଣରେ ଆସନ୍ତାକାଲି ପାଳିଥାନ୍ତେ ଆଲୋକର ପର୍ବ ଦୀପାବଳି । କିନ୍ତୁ ତା’ ପୂର୍ବରୁ ଘରକୁ ଅନ୍ଧାର କରି ଚାଲିଗଲେ ସେମାନେ । ଦୁର୍ଘଟଣା ନେଇଗଲା ସେମାନଙ୍କ ଜୀବନ । ଏହି ଦୁଃଖଦ ଘଟଣା ଅନୁଗୁଳ ଜିଲ୍ଲା ପାଲଲହଡ଼ା ଅଞ୍ଚଳରେ ଘଟିଛି । ମୃତକ ଦ୍ୱୟ ହେଲେ ଆକାଶ ବେହେରା (୨୧) ଓ ଜନ୍ମେଜୟ ପ୍ରଧାନ (୧୪) । ଆକାଶଙ୍କ ଘର ମାଙ୍କଡ଼ଚୁଆ ଗାଁରେ । ସେହିପରି ଜନ୍ମେଜୟ ହେଉଛନ୍ତି କମ୍ପରକିଳା ଗାଁର ବୋଲି ଜଣା ପଡିଛି । ଆଜି(ବୁଧବାର) ସନ୍ଧ୍ୟାରେ ପାଲଲହଡ଼ାରୁ ଆକାଶ ଓ ଜନ୍ମେଜୟ ଏକ ମୋଟରସାଇକେଲ ଯୋଗେ ସେମାନଙ୍କ ଘରକୁ ଫେରୁଥିଲେ । ତେବେ ପାଲଲହଡ଼ା ବାଇପାସ୍ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ମାଲ୍ ବୋଝେଇ ଟ୍ରଲର ସହିତ ସେମାନଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା । ଆକାଶ ଓ ଜନ୍ମେଜୟ ଗୁରତର ଅବସ୍ଥାରେ ରାସ୍ତା ଉପରେ ଛିଟିକି ପଡିଥିବା ବେଳେ ସେମାନଙ୍କୁ ଉଦ୍ଧାର କରି ପାଲଲହଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ସେମାନଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ଦୁର୍ଘଟଣା ପରେ ଟ୍ରଲରଟି ସେଠାରୁ ଫେରାର ହୋଇଯାଇଥିବା ଜଣା ପଡିଛି । ପୁଲିସ ଘଟଣାର ତଦନ୍ତ କରୁଛି । Advertisement
ଦୁଇ ଲାଞ୍ଚୁଆ କିରାଣୀଙ୍କୁ ଦୁଇ ବର୍ଷ କାରାଦଣ୍ଡ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କାର୍ଯ୍ୟରତ ଦୁଇ ଜଣ କିରାଣୀ ଲାଞ୍ଚ ନେବା ମାମଲାରେ ଦୋଷୀ ସାବସ୍ତ ହୋଇଥିବା ବେଳେ ଭିଜିଲାନ୍ସ କୋର୍ଟ ସେମାନଙ୍କୁ ଦୁଇବର୍ଷ କାରାଦଣ୍ଡରେ…
ଏଚଡ଼ିଏଫସି ବ୍ୟାଙ୍କର ପୂର୍ବତନ ମ୍ୟାନେଜରଙ୍କୁ ଅଟକ ଘଟଣା – ତତ୍କାଳୀନ ଆଇଆଇସି ଓ ଆଇଓଙ୍କୁ ଦାୟୀକଲା ଓଏଚଆରସି ତଦନ୍ତ ଟିମ୍ ଅନୁଗୁଳ – ଅନୁଗୁଳ ଥାନାରେ ଜଣେ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ୨୪ ଘଣ୍ଟାରୁ ଅଧିକ ସମୟ ଥାନାରେ ଅଟକ ରଖିବା ପରେ ତାଙ୍କୁ ଜେଲ୍ କୁ ପଠାଇବା ଏବେ…
ଟ୍ରକ ଧକ୍କାରେ ବୃଦ୍ଧା ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ କୁକୁଡ଼ାଙ୍ଗ ଗ୍ରାମ ପଞ୍ଚାୟତ ରଙ୍କାସିଙ୍ଗା ଗ୍ରାମରେ ଟ୍ରକ୍ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ମୃତ…