ମୁଖ୍ୟ ଖବର ଅଟୋକୁ ଧକ୍କା ଦେଲା ଟ୍ରକ – ୨ ମହିଳା ମୃତ Angul OnlineMay 30, 2022May 30, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ ନଂ ଜାତୀୟ ରାଜପଥ ମରାତିରା ଗଣ୍ଡିମୁଣ୍ଡା ନିକଟରେ ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଦୁଇଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଥବା ଜଣା ପଡିଛି । ସୂଚନା ଅନୁସାରେ ଏକ ଅଟୋରେ ମହିଧରପୁରରୁ ୪ ଜଣ ଯାତ୍ରୀ ଦୁର୍ଗାପୁର ଆସୁଥିବା ସମୟରେ ଏକ ପିଆଜ ବୋଝେଇ ଟ୍ରକ ଧକ୍କା ଦେଇ ଥିଲା । ଫଳରେ ଘଟଣା ସ୍ଥଳରେ ୨ ମହିଳା ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଯାତ୍ରୀ ଓ ଚାଳକ ଆହତ ହୋଇଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତାହତ ମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଥିଲା । ମୃତ ମହିଳା ମାନେ ହେଲେ ଦୁର୍ଗାପୁର ଗାଁର ମହିଳା କାନ୍ତି ସାହୁ ଓ ଜରପଡା ଗାଁର କୋକିଳ ସାହୁ । ଅନ୍ୟ ଦୁଇ ଯାତ୍ରୀଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । Advertisement
ଦଶ ବର୍ଷ ପରେ ଘରକୁ ଫେରିଲେ ନିଖୋଜ ଯୁବକ ଛେଣ୍ଡିପଦା – ୨୦୧୩ ମସିହାରୁ ନିଖୋଜ ହୋଇଗଲେ ଆଉ ୨୦୨୩ରେ ଘରକୁ ଫେରିଲେ । ୧୦ ବର୍ଷ ପୁର୍ବେ ଅନୁଗୋଳ ଜିଲ୍ଲା ଛେଣ୍ତିପଦାର ନିଖୋଜ ଯୁବକଙ୍କୁ ଉତ୍ତରପ୍ରଦେଶରୁ…
ରେଞ୍ଜ ଅଫିସର ନିଲମ୍ବିତ ଅନୁଗୁଳ – ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ହାତୀ ଦାନ୍ତକୁ ନେଇ ଯାଇ ମାଟିତଳେ ଦନ୍ତା ହାତୀକୁ ପୋତି ଦେବା ଘଟଣାରେ ସ୍ଥାନୀୟ ରେଞ୍ଜ ଅଫିସର ହରିଶ୍ଚନ୍ଦ୍ର ପ୍ରଧାନଙ୍କୁ…
ଟ୍ରକ ଚାପାରେ ବାପ-ପୁଅ ମୃତ ଅନୁଗୋଳ – ଅନୁଗୋଳ ଜିଲ୍ଲା ତାଳଚେର ବାଙ୍କଧରା ଛକ ନିକଟରେ ଆଜି ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୩ ବର୍ଷର ପୁଅ ସମେତ ବାପାଙ୍କର ମୃତ୍ୟୁ ହୋଇଛି…