ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ – ବିପୁଳ ବେନାମୀ ସମ୍ପତ୍ତି ଠାବ

ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ – ବିପୁଳ ବେନାମୀ ସମ୍ପତ୍ତି ଠାବ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ  । ଚଢାଉ ବେଳେ ଖଣି ଅଫିସରଙ୍କ ଘରୁ ଟଙ୍କା ଖଣି ଖୋଜି ପାଇଛି ଭିଜିଲାନ୍ସ ଟିମ୍ । ଏବେ ସୁଦ୍ଧା ଭୁବନେଶ୍ବର ସୁରେଖା ଅର୍ଚିଡ ଆପାର୍ଟମେଣ୍ଟ ଘରୁ  ପୁଳା ପୁଳା ଟଙ୍କା  ଦାମୀ ଘଣ୍ଟା, ସୁନା ଅଳଙ୍କାର ରୁପା ସାମଗ୍ରୀ ଜବତ ହୋଇଛି। ଏହି ଘରେ ଧରଣୀଧର ରହୁଥିବା ବେଳେ ଏହି ଘରର ମୂଲ୍ୟ ପାଖାପାଖି ୧ କୋଟି ୫୦ ଲକ୍ଷ ଟଙ୍କା ହେବ। ସେହିଭଳି ସୁନ୍ଦରପଦାରେ ଦୁଇମହଲା କୋଠା ରହିଛି,ଯାହାର ମୂଲ୍ୟ ୫୫ ଲକ୍ଷ ଟଙ୍କା । କେନ୍ଦୁଝର ତେଲକୋଇରେରେ ୩ ଟି ମାର୍କେଟ କମ୍ପ୍ଲେକ୍ସ , ୨ଟି ଦୁଇମହଲା ବିଶିଷ୍ଟ ଓ ଗୋଟିଏ ଏକ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ ଠାବ କରିଛି ଭିଜିଲାନ୍ସ ବିଭାଗ । କେନ୍ଦୁଝର, ଅନୁଗୁଳ, ଭୁବନେଶ୍ବର, କଟକରେ ଏକାଧିକ ପ୍ଲଟ ମଧ୍ୟ ରହିଥିବା ଜଣା ପଡ଼ିଛି । ଖାଲି ସେତିକି ନୁହେଁ ବାବୁଙ୍କର୍ ବ୍ୟାଙ୍କ୍ ଜମା ୧୦ ଲକ୍ଷ ଟଙ୍କା ଥିବା ବେଳେ ୧୬ ଲକ୍ଷ ଟଙ୍କା ଫିକ୍ସ ଡିପୋଜିଟ ରହିଛି । ସବୁଠୁ ଆଶ୍ଚର୍ଯ୍ୟର କଥା ବାବୁ ଏତେ କଳା ଟଙ୍କା ରୋଜଗାର କରିଛନ୍ତି ଯେ ୨୦ ବର୍ଷରେ  ଶୁଝିବା ପାଇଁ ଆଣିଥିବା ୧ କୋଟି ୧୩ ଲକ୍ଷ ଟଙ୍କାକୁ ମାତ୍ର ୨ ବର୍ଷରେ ଶୁଝି ଦେଇଛନ୍ତି, ଯାହାକୁ ଜାଣିବା ପରେ ଭିଜିଲାନ୍ସ ଟିମ୍ ମଧ୍ୟ ତାଜୁବ ହୋଇଯାଇଛି । ଭୁବନେଶ୍ୱର ଘରକୁ ଛାଡ଼ିଦେଲେ ତାଳଚେର ଘରୁ ମଧ୍ୟ  ପୁଳା ପୁଳା ଟଙ୍କା ମିଳିଛି । ସବୁର ତଦନ୍ତ ଚାଲିଥିବା ବେଳେ ଖଣି ଇଉପିଏ ନିର୍ଦେଶକ ବାଲି ମାଫିଆ ଓ ଚୋରା କୋଇଲା ବେପାରୀଙ୍କଠାରୁ ମୋଟା ଅଙ୍କର ମାସିକିଆ ଅର୍ଥ ଆଦାୟ କରୁଥିଲେ ବୋଲି ଚର୍ଚ୍ଚା ଜୋର ଧରିଛି ।

What’s your Reaction?
+1
0
+1
0
+1
0
+1
0
+1
0
+1
1
+1
1

Leave a Reply