ଅପରାଧ ଅଭିନବ ଢଙ୍ଗରେ ଗାଁ ସଭାପତିଙ୍କୁ ହତ୍ୟା ଅଭିଯୋଗ Angul OnlineMarch 6, 2023March 6, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଆମ୍ବପାଳ ଗାଁରେ ଗାଁ ସଭାପତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରାଯାଇଛି । ଗାଁର ସଭାପତି ବାଳକୃଷ୍ଣ ନାୟକ ଶନିବାର ରାତିରେ ନିଜ ଘର ଠାରୁ କିଛି ଦୂରରେ ଥିବା କୁକୁଡ଼ା ଫାର୍ମରେ ଶୋଇ ଥିଲେ । ବିଳମ୍ବିତ ରାତିରେ କିଛି ଦୁବୁର୍ତ୍ତ ବାଳକୃଷ୍ଣଙ୍କୁ ଧରି ଏକ ଇଞ୍ଜେକସନ ଫୋଡ଼ି ଦେଇ ପଳାଇ ଯାଇଥିଲେ । ଏହାପରେ ବିଷ ଜ୍ବାଳାରେ ଛଟପଟ ହୋଇ ବାଳକୃଷ୍ଣ ଘରକୁ ଦୌଡ଼ି ପଳାଇ ଆସି ତାଙ୍କୁ କିଛି ଫୋଡି ଦିଆଯାଇଥିବା କହିବା ସହ ବାନ୍ତି କରିଥିଲେ । ଏହାପରେ ସେ ଅଚେତ୍ ହୋଇଯାଇଥିଲେ । ପରିବାର ଲୋକେ ତାଙ୍କୁ ତୁରନ୍ତ ପ୍ରଥମେ ଅନୁଗୋଳ ଡାକ୍ତରଖାନା ଓ ପରେ ଅବସ୍ଥା ଗୁରୁତର ହେବାରୁ କଟକ ପଠାଇ ସ୍ଥାନାନ୍ତର କରିଥିଲେ । ହେଲେ କଟକ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା । ଏହା ପରେ ତାଙ୍କ ଶବକୁ ବ୍ୟବଛେଦ ପାଇଁ ଅନୁଗୋଳ ଡାକ୍ତରଖାନା ଅଣା ଯାଇଥିଲା । ତେବେ ଫାର୍ମରେ ଶୋଇଥିବା ସ୍ତଗଣରୁ ପରିବାର ଲୋକେ ଏକ ହାତ ଲେଖା ବେନାମୀ ଚିଠି ପାଇଥିଲେ । ଯେଉଁଥିରେ ସଭାପତି ମହୋଦୟ , ଗାଁ ପାଇଁ ସହିଦ ହୋଇଯାଅ । ମନା କଲି ମୋ ପଛରେ ଲାଗନା । ଜାନୁଆରୀ ୨୫ ତାରିଖ ଥିଲା , ଆଜି ପୁରଣ ହେଲା ବୋଲି ଲେଖା ଯାଇଥିଲା । ଏହାଛଡା ଦୁଇଟି ସିରିଞ୍ଜ ମଧ୍ୟ ସେ ଜାଗାରୁ ମିଳିଛି । ତେବେ କିଏ ଓ କାହିଁକି ଏଭଳି ଅଭିନବ ଉପାୟରେ ବାଳକୃଷ୍ଣଙ୍କୁ ହତ୍ୟା କରିଛି ସେ ନେଇ ପ୍ରଶ୍ନ ସୃଷ୍ଟି ହୋଇଛି । ବାଳକୃଷ୍ଣଙ୍କ ପରିବାର ପକ୍ଷରୁ ଅଭିଯୋଗ ପରେ ପୁଲିସ ଖବର ପାଇ ତଦନ୍ତ ଆରମ୍ଭ କରିଛି । Advertisement
ଜମିବିକ୍ରି ବେଳେ ଉତ୍ତରାଧିକାରୀ ପ୍ରମାଣପତ୍ର ଜାଲିଆତି – ୫ଜଣଙ୍କ ନାମରେ ମାମଲା ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲରେ ଉତ୍ତରାଧିକାରୀ ପ୍ରମାଣପତ୍ରରେ ଜାଲିଆତି ଅଭିଯୋଗ । ଏ ନେଇ ଆଜି(ଶୁକ୍ରବାର) ଛେଣ୍ଡିପଦା ତହସିଲଦାର ଥାନାରେ ଜଣାଇବା ପରେ ପୁଲିସ…
ଲିଙ୍ଗରାଜ କୋଇଲା ଖଣିରେ ଓଆଇଏସଏଫ ର ଚଢ଼ାଉ ତାଳଚେର – ଗତକାଲି ବିଳମ୍ବିତ ରାତିରେ ଅନୁଗୁଳ ଜିଲ୍ଲା ତାଳଚେରରେ ଥିବା କୋଇଲାଖଣି ସୁରକ୍ଷା ଦାଇତ୍ୱ ରେ ଥିବା OISF କର୍ମଚାରୀଙ୍କ ଦ୍ୱାରା ଲିଙ୍ଗରାଜ କୋଇଲା ଖଣିରେ…
ଚୋରା ବାଲି ଚାଲାଣ ଅଭିଯୋଗରେ ୫ ଗିରଫ ଅନୁଗୋଳ – ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ପୁଲିସ ଶୁକ୍ରବାର ସକାଳେ ବାଲି ଚୋରା ଚାଲାଣ ଅଭିଯୋଗରେ ୫ ଜଣଙ୍କୁ ଗିରଫ କରିବା ସହ ୫ଟି ଟ୍ରକ୍କୁ ଜବତ…