ଆଞ୍ଚଳିକ ଟ୍ରକ ଧକ୍କାରେ ମହିଳା ମୃତ Angul OnlineJuly 16, 2023July 16, 2023 ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଜରପଡା ଥାନା ଦେଈ ଯାଇଥିବା ଅନୁଗୋଳ ସମ୍ବଲପୁର 55ନଂ ଜାତୀୟ ରାଜପଥର ଭାଗିରଥିପୁର ଛକରେ ରବିବାର ଟ୍ରକ ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ଜରପଡ଼ା ଥାନା ଭାଗିରଥୀପୁର ଗାଁର ସ୍ୱର୍ଗତ ବିଦେଶୀ ସାହୁଙ୍କ ସ୍ତ୍ରୀ ଝଟକ ସାହୁ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ଝଟକ ଝିଅ ଘରକୁ ଯିବା ପାଇଁ ଭାଗିରଥିପୁର ଛକ ଠାରେ ବସକୁ ଅପେକ୍ଷା କରିଥିଲେ । ଏହି ସମୟରେ ସମ୍ବଲପୁର ଆଡୁ ଅନୁଗୋଳ ଆଡ଼େ ଆସୁଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ଝଟକଙ୍କର ମୃତ୍ୟୁ ହୋଇଥିଲା । ସେପଟେ ଦୁର୍ଘଟଣା ଘଟାଇ ଟ୍ରକଟି ପଳାଇ ଯାଉଥିବା ବେଳେ ସ୍ଥାନୀୟ ଲୋକ ତାକୁ ଗୋଡ଼ାଇ ସାନ୍ତାରାପୁର ଠାରେ ଅଟକାଇ ପୁଲିସର ଜିମା ଦେଇଥିଲେ । ଜରପଡ଼ା ପୁଲିସ ମୃତଦେହକୁ ଜବତ କରିବା ସହିତ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ପୋଲିସ ଟ୍ରକକୁ ଜବତ କରି ତଦନ୍ତ କରୁଛି । ଟ୍ରକ ଚାଳକ ଥାନାରେ ଅଟକ ଅଛି । Advertisement
ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଖୁସି ମନାଇଲେ କର୍ମୀ ଅନୁଗୁଳ – ଭାରତ ବର୍ଷର ଅପ୍ରତିଦ୍ବନ୍ଦି ନେତା ତଥା ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ପ୍ରିୟ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମଦିନ ଆଜି ଅନୁଗୁଳର ବିଭିନ୍ନ ସ୍ଥାନରେ ପାଳନ…
ବରିଷ୍ଠ ନାଗରିକଙ୍କ ନିମନ୍ତେ ସ୍ଵସ୍ତି ଏକ୍ସପ୍ରେସ ଏବଂ ଶିଶୁଙ୍କ ପାଇଁ ସ୍କୁଲ ବସ ଲୋକାର୍ପିତ ଅନୁଗୁଳ – ଅନୁଗୁଳ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପିଏଲ)ର ସାମାଜିକ ଦାୟିତ୍ଵବୋଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସପିଏଲ…
ନାଲକୋ ଘରୋଇକରଣକୁ ବିରୋଧ ଅନୁଗୁଳ – ଅନୁଗୁଳ ଜିଲ୍ଲା ନବରତ୍ନ କମ୍ପାନୀ ନାଲକୋକୁ କେନ୍ଦ୍ର ସରକାର ଘରୋଇକରଣ କରିବାକୁ ଉଦ୍ୟମ କରୁଥିବାରୁ ଶ୍ରମିକ ସଂଗଠନ ହିନ୍ଦ୍ ମଜଦୂର ସଭା ଏହାକୁ ଘୋର…