ମୁଖ୍ୟ ଖବର ନଦୀକୁ ଡ଼େଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ – ପାଣି ଭିତରୁ ଉଦ୍ଧାର କଲେ ସ୍ଥାନୀୟ ଲୋକ(ଭିଡିଓ) Angul OnlineAugust 20, 2022August 20, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ୍ ଅନ୍ତର୍ଗତ ସମଲ ବ୍ୟାରେଜରୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ । ସ୍ଥାନୀୟ ଅଞ୍ଚଳର ଜଣେ ଯୁବତୀ ଆଜି ସକାଳ ପ୍ରାୟ ୭ ଟା ବେଳେ ସମଲ ବ୍ୟାରେଜର ୨୪ ନମ୍ବର ଗେଟ୍ ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପାଖରେ ଉପସ୍ଥିତ ଥିବା ଅଞ୍ଚଳବାସୀ ଏହା ଦେଖି ହଠାତ ବ୍ୟାରେଜ୍ କର୍ତ୍ତୃପକ୍ଷଙ୍କୁ ଜଣାଇବାରୁ ବ୍ୟାରେଜ୍ କର୍ତ୍ତୃପକ୍ଷ ଖୋଲା ଥିବା ନିକଟସ୍ଥ ଗେଟ୍ ଗୁଡିକୁ ବନ୍ଦ କରିଥିଲେ । ସ୍ଥାନୀୟ କିଛି ଲୋକ ଗେଟ୍ ତଳକୁ ଯାଇ ଯୁବତୀଙ୍କୁ ଜୀବିତ ଅବସ୍ଥାରେ ଉଦ୍ଧାର କରିବା ପରେ ଡଙ୍ଗା ସାହାଯ୍ୟରେ ତାଙ୍କୁ କୁଳରେ ପହଞ୍ଚାଇଥିଲେ । ଯୁବତୀକୁ ଉଦ୍ଧାର କରିବା ପରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ମଣ୍ଡାପାଳ ଚିକିତ୍ସାଳୟକୁ ପଠାଯାଇଛି । ତେବେ ଯୁବତୀ ଜଣଙ୍କ କାହିଁକି ଆତ୍ମହତ୍ୟା ଉଦ୍ୟମ କରିଥିଲେ ତାହା ଜଣା ପଡି ନାହିଁ । ସେପଟେ ସ୍ଥାନୀୟ ଲୋକଙ୍କ ସହସିକତା ପାଇଁ ଯୁବତୀଙ୍କ ଜୀବନ ବଞ୍ଚି ଯାଇଛି । ଏଥିପାଇଁ ଉଦ୍ଧାର କରିଥିବା ତିନି ଯୁବକଙ୍କୁ ଚାରିଆଡୁ ପ୍ରଶଂସା କରା ଯାଉଛି । https://angulonline.com/wp-content/uploads/2022/08/fbvge.mp4 Advertisement
ଜାତୀୟ ରାଜପଥରେ ପୁଣି ଗଲା ଜୀବନ – ଅଜଣା ଗାଡି ଧକ୍କାରେ ଯୁବକ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ଥାନା ପଞ୍ଚମହଲାଠାରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଡ଼େରଜାଙ୍ଗ ଗାଁର ୨୪…
୨୪ରେ ପୌର ନିର୍ବାଚନ , ମାର୍ଚ୍ଚ ୨ରୁ ନାମାଙ୍କନ ଭୁବନେଶ୍ୱର – ପୌର ନିର୍ବାଚନ ପାଇଁ ତାରିଖ ଘୋଷଣା ହେଲା । ରାଜ୍ୟର ତିନି ମହାନଗର ନିଗମ ସହ ୧୦୬ଟି ପୌରାଞ୍ଚଳରେ ନିର୍ବାଚନ ଅନୁଷ୍ଠିତ ହେବ ।…
ଜାତୀୟ ରାଜପଥ ୧୪୯ ନମ୍ବରରେ ଗାଡି ଚଳାଚଳ ନେଇ ଲାଗୁ ହେଲା କଟକଣା ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୧୪୯ ନମ୍ବରରେ ଗାଡି ଚଳାଚଳ ନେଇ କଟକଣା ଲଗା ଯାଇଛି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର…