ଅପରାଧ ହୋଟେଲ ଭିତରେ ଯୁବକଙ୍କ ଆତ୍ମହତ୍ୟା Angul OnlineJuly 14, 2022July 14, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର କୋଲିୟାରୀ ଥାନା ହାଣ୍ଡିଧୂଆଁ ସ୍ଥିତ ଏକ ଘରୋଇ ହୋଟେଲ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ହେଲେ ରାମଚନ୍ଦ୍ର ଦାସ । ସେ ଭୁବନେଶ୍ୱର ଅଞ୍ଚଳର ବୋଲି ଜଣାପଡିଛି । ତେବେ ସେ ଦୁଇଦିନ ହେବ କୌଣସି କାମରେ ତାଳଚେର ଆସି ଏହି ହୋଟେଲର ୩୦୧ ନମ୍ବର ରୁମରେ ରହୁଥିଲେ । ତେବେ ଗତକାଲି ସନ୍ଧ୍ୟାରେ ସେ କବାଟ ନ ଖୋଲିବାରୁ ହୋଟେଲ କତ୍ତୃପକ୍ଷ ପୁଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ କୋଲିୟାରୀ ପୁଲିସ ପହଞ୍ଚି ପରିବାର ଲୋକଙ୍କୁ ଖବର ଦେଇଥିଲା । ଆଜି(ଗୁରୁବାର) ପରିବାର ଲୋକଙ୍କ ଉପସ୍ଥିତିରେ କବାଟ ଭାଙ୍ଗି ଝୁଲନ୍ତା ମୃତ ଦେହକୁ ଉଦ୍ଧାର କରିଥିଲେ । ତେବେ ରାମଚନ୍ଦ୍ର କାହିଁକି ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ହୋଇ ନାହିଁ । କିନ୍ତୁ ସେ ଗତ ୧୫ ଦିନ ତଳେ ବାହାଘର ହୋଇଥିବା ବେଳେ ଘରେ ଝଗଡା ହୋଇ କାମଧନ୍ଦା ସନ୍ଧାନରେ ତାଳଚେର ଆସିଥିବା ଜଣା ପଡିଛି । ପୁଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି । Advertisement
ଘର ମାଲିକଙ୍କୁ ମାଉଜର ଓ ଭୁଜାଲିରେ ଆକ୍ରମଣ କରି ଲୁଟ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ବନମାଳିପୁର ଗାଁରେ ସଶସ୍ତ୍ର ଡକାୟତି ହୋଇଛି । ଭୁଜାଲି ଓ ବନ୍ଧୁକ ଦେଖାଇବା ସହ ଘର ମାଲିକଙ୍କୁ ଭୁଜାଲିରେ ଆକ୍ରମଣ…
ଗୁଳିମାଡ଼ରେ ନାବାଳକ ଗୁରୁତର ଘଟଣାରେ ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ସାନକେରଜାଙ୍ଗରେ ନାବାଳକକୁ ଗୁଳିମାଡ଼ ଘଟଣାରେ ଜଣଙ୍କୁ ଗିରଫ କରିଛି ପୁଲିସ । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା…
ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ଶତ୍ରୁତା ପରେ ଟ୍ରକ ଚକା ତଳେ ଶୁଆଇ ମାରିଦେଲେ ତାଳଚେର – ଗତ ୫ ତାରିଖରେ ଅନୁଗୁଳ ଜିଲ୍ଲା ତାଳଚେର ଶିବରାମପୁର ଜଙ୍ଗଲରେ ହୋଇଥିବା ଯୁବକଙ୍କ ହତ୍ୟା ଘଟଣାର ପର୍ଦାଫାସ ତାଳଚେର ପୁଲିସ କରିଛି । ପ୍ରେମ…